ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ବୈଠକ

Advertisment
ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ବୈଠକ

ବୌଦ୍ଧ: ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସମ୍ଭାବ୍ୟ ପରିସ୍ଥିତି ଓ ପରବର୍ତ୍ତୀ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ସଂପୃକ୍ତ ବିଭାଗଗୁଡ଼ିକ ପକ୍ଷରୁ ହୋଇଥିବା ପ୍ରସ୍ତୁତିର ସମୀକ୍ଷା କରି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ଜିଲ୍ଲାର ବୌଦ୍ଧ, ହରଭଙ୍ଗା ଓ କଣ୍ଟାମାଳ ବିଡିଓ ସମସ୍ତ ବନ୍ୟା ଆଶ୍ରୟସ୍ଥଳୀର ସ୍ଥିତି ଅନୁଧ୍ୟାନ କରିବା ସହିତ ସେଠାରେ ଖାଦ୍ୟ ସାମଗ୍ରୀ ଓ ପାନୀୟ ଜଳ ଗଚ୍ଛିତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର‌୍ୟଭଞ୍ଜନ ମଦନମୋହନ ପାତ୍ର ବୌଦ୍ଧ ବ୍ଲକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା ମୁଖ୍ୟ ନିର୍ବାହୀ ଅଧିକାରୀ ଅଶ୍ୱିନୀ ମେହେର ହରଭଙ୍ଗା ବ୍ଲକ, ଉପଜିଲ୍ଲାପାଳ ରବୀନ୍ଦ୍ରନାଥ କହଁର ବୌଦ୍ଧ ବ୍ଲକ ଓ ଜରୁରୀକାଳୀନ ଅଧିକାରୀ ଚନ୍ଦ୍ରକାନ୍ତ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏନଏସି ଅଞ୍ଚଳରେ ବନ୍ୟା ପରିସ୍ଥିତି ମୁକାବିଲା କରାଯିବ।

ସମସ୍ତ ବିଡିଓ ୭ଦିନ ମଧ୍ୟରେ ବନ୍ୟା ଆଶ୍ରୟସ୍ଥଳୀଗୁଡ଼ିକର ସ୍ଥିତି ଅନୁଧ୍ୟାନ କରି ରିପୋର୍ଟ ପ୍ରଦାନ କରିବାକୁ କମିଟି ଗଠନ କରାଯାଇଛି। ଯେକୌଣସି ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିବାକୁ ଅଗ୍ନିଶମ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଲୋକଙ୍କ ସୂଚନା ପାଇଁ ସୂଚନା ଓ ଲୋକ ସଂପର୍କ ଅଫିସରେ ଏକ ଏଲଇଡି ବୋର୍ଡ ଦ୍ବାରା ବନ୍ୟାର ସ୍ଥିତି, ହୀରାକୁଦ ଡ୍ୟାମରୁ ଜଳ ନିଷ୍କାସନ ସୂଚନା ଓ ପାଣିପାଗ ସମ୍ପର୍କରେ ସୂଚନା ଦେବାକୁ ଜିଲ୍ଲାପାଳ ଶ୍ରୀ ସାହୁ ନିର୍ଦ୍ଦେଶ ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe