କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ପ୍ରଚାର

କେନ୍ଦ୍ରାପଡା : ଆଜି କେନ୍ଦ୍ରାପଡାରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି | ସେ କହିଛନ୍ତି ଯେ କେନ୍ଦ୍ରାପଡ଼ାରୁ ମୁଁ ଜଣକୁ ୧୦ ବର୍ଷ ସାଂସଦ କରିଥିଲି, ସେ କେବଳ ନିଜ ପାଇଁ ଓ ତାଙ୍କ କମ୍ପାନୀର ଲାଭ ପାଇଁ କାମ କଲେ | କେନ୍ଦ୍ରାପଡ଼ାବାସୀ ଓ ମୋ ସହିତ ବିଶ୍ୱାସଘାତକତା କଲେ | ବିରୋଧିଦଳ ନେତା ମିଛ କଥା କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି | ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ବି.ଏସ୍‍.କେ.ୱାଇ, ମିଶନଶକ୍ତି, ମମତା, ଲକ୍ଷ୍ମୀ ବସ୍, 5T ସ୍କୁଲ ରୂପାନ୍ତରଣ, ପିଲାଙ୍କ ସ୍କଲାରସିପ୍‍, କାଳିଆ, ମଧୁବାବୁ ପେନ୍‍ସନ୍‍ ଯୋଜନା, ଚାଉଳ କାର୍ଡ ଆଦି କେମିତି ଲାଗୁଛି, ପୁରୀ ମନ୍ଦିର କାମ କେମିତି ଲାଗୁଛି ବୋଲି ପ୍ରଶ୍ନ କରିଥିଲେ | ସେହିପରି କାର୍ତ୍ତିକ ପାଣ୍ଡିଆନ କହିଥିଲେ ଯେ ବିଜେପି ଯେତେ ବଡ଼ ବଡ଼ ନେତା ବାହାରୁ ଆଣନ୍ତୁ କିଛି ହେବନାହିଁ କେନ୍ଦ୍ରାପଡ଼ାରେ | ଭାରତବର୍ଷର ସବୁଠୁ ଅଧିକ ୧ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ା ପାଇଁ ଲାଗିପଡ଼ି ଆଣିଛନ୍ତି |

ଏଥିପାଇଁ ଜାପାନର ନିପନ କମ୍ପାନୀ ସହ କଥାବାର୍ତ୍ତା କରିବାକୁ ଯିବା ସମୟରେ ବହୁତ କଷ୍ଟ ସ୍ୱୀକାର କରିଛନ୍ତି ମୁଖ୍ୟମନ୍ତ୍ରୀ | ସିଙ୍ଗାପୁରରୁ ଜାପାନ ଯିବା ସମୟରେ ଭଲ ସିଟ୍‍ ମିଳି ନ ଥିଲା ବିମାନରେ, ପରେ ଯିବା ପାଇଁ କହିଥିଲୁ, କିନ୍ତୁ ମୁଖ୍ୟମନ୍ତ୍ରୀ ରାଜି ହୋଇନଥିଲେ, ଯେହେତୁ ନିପନ ଗ୍ରୁପ୍‍ ସହିତ ଆପଏନମେଣ୍ଟ ଥିଲା, ଅସୁବିଧା ସତ୍ତ୍ୱେ ୮ ଘଣ୍ଟା ଗୋଡ଼ଜାକି କରି ଯାଇଥିଲେ, ଜାପାନରେ ୩-୪ ଦିନ ଭିତରେ ପ୍ରାୟ ୧୦୦ ଥର କେନ୍ଦ୍ରାପଡ଼ା କଥା ଉଠାଇଥିବେ | ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ାର ବିଜେପି ସାଂସଦ ପ୍ରାର୍ଥୀକୁ ୨ ଥର ଲୋକସଭା ଓ ଥରେ ରାଜ୍ୟସଭାକୁ ପଠାଇଥିଲେ | ସାଂସଦ ହେବା ଆଗରୁ ତାଙ୍କର ପାରିବାରିକ କମ୍ପାନୀର ସ୍ଥିତି କଣ ଥିଲା ? ସାଂସଦ ହେବା ପରେ ତାଙ୍କ କମ୍ପାନୀର ବହୁତ ଲାଭ ହୋଇଛି | କମ୍ପାନୀ ପାଇଁ ରେଲୱେ ସାଇଡ଼ିଂ ଆଣିଲେ କିନ୍ତୁ କେନ୍ଦ୍ରାପଡ଼ାକୁ ରେଲୱେ ଆଣିବାକୁ ଭୁଲିଗଲେ |

ସମ୍ବନ୍ଧିତ ଖବର