ଛାତ୍ରୀଙ୍କୁ ଦୁଷ୍କର୍ମ ଘଟଣା:ଜେଲ୍‌ ଗଲେ ପ୍ରଧାନ ଶିକ୍ଷକ

ନିମାପଡ଼ା: ନିମାପଡ଼ା ଥାନା ଛଣିଜଙ୍ଗ ପଞ୍ଚାୟତର ଜଅଁରା ପ୍ରାଥମିକ ବିଦ୍ୟାଳୟର ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍ମର୍ମ ଘଟଣାରେ ପ୍ରଧାନ ଶିକ୍ଷକ ନବଘନ ସେଠୀଙ୍କୁ ଜେଲ୍‌ ଯିବାକୁ ପଡ଼ିଛି। ପୁଲିସ  ଶିଶୁସୁରକ୍ଷା ଆଇନ ପୋସୋ /୧୦ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତ ନବଘନଙ୍କୁ ଗିରଫ କରିଥିଲା। ଆଜି ନିମାପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପୀଡ଼ିତା ଏବଂ ଅଭିଯୁକ୍ତ ଶିକ୍ଷକଙ୍କ ଡାକ୍ତରୀ ମାଇନା କରାଯାଇଥିଲା। ଏହାପରେ  ନବଘନଙ୍କୁ ପୁରୀ ସ୍ବତନ୍ତ୍ର ବିଚାରପତିଙ୍କ ନିକଟରେ ହାଜର କରାଯାଇଥିଲା।  ମାନ୍ୟବର ବିଚାପତି ଅଭିଯୁକ୍ତ ପ୍ରଧାନ ଶିକ୍ଷକଙ୍କୁ ଜେଲ ହାଜତକୁ ପଠାଇ ଦେଇଛନ୍ତି। ସୂଚନାଯୋଗ୍ୟ, ଗତକାଲି ସ୍ଥାନୀୟ ଛଣିଜଙ୍ଗ ପଞ୍ଚାୟତର ଜଅଁରା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ପାଇଖାନା ଭିତରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା। ଏନେଇ ପୀଡ଼ିତାଙ୍କ ମା’ ଥାନାରେ ଅଭିଯୋଗ କରିବାରୁ ପୁଲିସ ଅଭିଯୁକ୍ତ ଶିକ୍ଷକକୁ ଗିରଫ କରିଥିଲା।

ସମ୍ବନ୍ଧିତ ଖବର