କେଉଁଝରରେ ନୂଆ ଏସ୍‌ପିଙ୍କ ଯୋଗଦାନ

କେନ୍ଦୁଝର: କେନ୍ଦୁଝର ଜିଲ୍ଲାର ନୂତନ ଏସ୍‌ପିଭାବେ ୨୦୧୫ ବ୍ୟାଚ୍‌ର ଆଇପିଏସ୍ ଅଧିକାରୀ ନିତିନ କୁଶଲକର ଡାଗଡ଼ୁ ଆଜି ପୂର୍ବାହ୍ନରେ ଦାୟିତ୍ୱ ଗ୍ରହଣ କରିଛନ୍ତି।

ଅତିରିକ୍ତ ଏସ୍‌ପିଙ୍କଠାରୁ ‌ସେ ଦାୟିତ୍ୱ ଗ୍ରହଣ କରିବା ପରେ ଜିଲ୍ଲାର ସମସ୍ତ ଥାନା ଅଧିକାରୀ, ଏସ୍‌ଡିପିଓ, ଜିଲ୍ଲା ପୁଲିସ ମୁଖ୍ୟାଳୟରେ କାର୍ଯ୍ୟରତ ସମସ୍ତ ଅଧିକାରୀମାନେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଛନ୍ତି। ଜିଲ୍ଲାର ଆଇନଶୃଙ୍ଖଳା ପରିସ୍ଥିତି ଠିକ୍ ରଖିବା ପାଇଁ ସେ ଯଥାସାଧ୍ୟ ଉଦ୍ୟମ କରିବେ ବୋଲି କହିଛନ୍ତି।

ସମ୍ବନ୍ଧିତ ଖବର