ସମ୍ବଲପୁର: ନୂଆଁଖାଇ ପାଇଁ ସମଗ୍ର ପଶ୍ଚିମ ଓଡ଼ିଶା ଉତ୍ସବ ମୁଖର ହୋଇ ଉଠିଛି। ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ନିକଟରେ ନବାନ୍ନ ଅର୍ପଣ କରାଯାଇଛି । ସେହିପରି ପାଟଣାଗଡ଼ରେ ମାଆ ପାଟଣେଶ୍ବରୀ, ବଲାଙ୍ଗୀର, ବରଗଡ଼, ସୁନ୍ଦରଗଡ଼, ସାରଂଗଡ଼ରେ ମାଆ ସମଲେଶ୍ବରୀ, ସୋନପୁରରେ ମାଆ ସୁରେଶ୍ବରୀଙ୍କ ଠାରେ ନିର୍ଧାରିତ ଲଗ୍ନ ଅନୁଯାୟୀ ନୂଆ ଚାଉଳରେ ପ୍ରସ୍ତୁତ ଭୋଗ ଲଗାଯାଇଛି । ସମସ୍ତ ସହର ଓ ଗାଁରେ ଅଧିଷ୍ଠିତ ଦେବାଦେବୀଙ୍କୁ ପ୍ରଥମେ ନବାନ୍ନ ଭୋଗ ଲାଗି ହେବା ପରେ ପ୍ରତି ପରିବାରରେ ନିଜ ନିଜ ଇଷ୍ଟ ଦେବାଦେବୀଙ୍କୁ ନୂଆ ଭୋଗ ଅର୍ପଣ କରିଛନ୍ତି । ଚାଷୀମାନେ ନିଜ କ୍ଷେତକୁ ଯାଇ ପୂଜା କରିଛନ୍ତି | ଏହା ପରେ ପରିବାରର ସବୁ ସଦସ୍ୟ ଏକାଠି ବସି ନୂଆଁ ଖାଇଛନ୍ତି ।

Advertisment

ନୂଆଁଖାଇ ସରିବା ପରେ ନିଜଠୁ ବଡ଼ ଲୋକଙ୍କୁ ଜୁହାର୍‌ ଭେଟ୍‌ ହୋଇ ଆଶୀର୍ବାଦ ନେଇଛନ୍ତି । ସ˚ଧ୍ୟାରେ ବିଭିନ୍ନ ସ୍ଥାନରେ ନୂଆଁଖାଇ ଭେଟ୍‌ଘାଟ ଓ ସା˚ସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l ତେବେ ବର୍ଷା ଯୋଗୁଁ ନୂଆଖାଇ ଭେଟଘାଟ ଫିକା ପଡିଛି |