ଛତିଶଗଡ଼ ସୀମାନ୍ତ ପାଟଦରା ସଂରକ୍ଷିତ ଜଙ୍ଗଲରେ ମାଓ ଶିବିର ଠାବ: ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

Advertisment
ଛତିଶଗଡ଼ ସୀମାନ୍ତ ପାଟଦରା ସଂରକ୍ଷିତ ଜଙ୍ଗଲରେ ମାଓ ଶିବିର ଠାବ: ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ବୋଡ଼େନ ଥାନା ଅନ୍ତର୍ଗତ ଛତିଶଗଡ଼ ସୀମାନ୍ତ ପାଟଦରା ସଂରକ୍ଷିତ ଜଙ୍ଗଲରେ ମାଓ ଶିବିର ଠାବ ହୋଇଛି। ଓଡ଼ିଶା- ଛତିଶଗଡ଼ ସୀମାନ୍ତରେ ସିଆରପିଏଫ୍, ଏସଓଜି , ଡିଭିଏଫ ଯବାନମାନେ ମିଳିତ ଭାବେ କୁମ୍ବିଂ ଅପରେସନ କରୁଥିଲେ। ଏହି ସମୟରେ ପ୍ରଥମେ ମାଓବାଦୀମାନେ ଯବାନମାନଙ୍କ ଉପରକୁ ଗୁଳିଚାଳନା କରିଥିଲେ। ପରେ ଯବାନମାନେ ମଧ୍ୟ ପାଲଟା ଗୁଳି ଚାଳନା କରିଥିଲେ। ଉଭୟଙ୍କ ମଧ୍ୟରେ ପ୍ରାୟ ଏକ ଘଣ୍ଟା ଧରି ଗୁଳିବିନିମୟ ହୋଇଥଲା। ପରେ ମାଓବାଦୀମାନେ ଯବାନଙ୍କ ଗୁଳିକୁ ସାମ୍ନା କରିନପାରି ଘଟଣାସ୍ଥଳରୁ ଛତ୍ରଭଙ୍ଗ ଦେଇଥିଲେ।

publive-image

ସେଠାରେ ବଡ଼ ଧରଣର ଏକ ମାଓ କ୍ୟାମ୍ପ ଠାବ କରାଯାଇଛି। ସେଠାରୁ ଏୟାର ଗନ, ଗୁଳିଗୋଳା ସହ ବହୁ ମାଓ ସାମଗ୍ରୀ ଜବତ କରାଯାଇଛି। ଏଥିସହ ସଂପୃକ୍ତ ଅଞ୍ଚଳରେ ଏବେବି କୁମ୍ବିଂ ଅପରେସନ ଜାରି ରହିଥିବା ନୂଆପଡ଼ା ଏସପି ପ୍ରତ୍ୟୁଷ ଦିବାକର ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe