ନୂଆପଡ଼ା: ବହୁ ପ୍ରତୀକ୍ଷିତ ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ମତଦାନ ଆରମ୍ଭ ହୋଇଯାଇଛି। ମତଦାତାମାନେ ଉତ୍ସାହର ସହିତ ମତଦାନ କରୁଛନ୍ତି। ବୁଥ ସାମ୍ନାରେ ଯୁବପିଢ଼ି, ମହିଳା ଓ ନବାଗତ ଭୋଟରଙ୍କ ମଧ୍ୟରେ ଉତ୍ସାହ ଦେଖାଯାଇଛି। ମତଦାତାମାନେ ଲାଇନ୍‌ ଲଗାଇଛନ୍ତି। ପୂର୍ବାହ୍‌ଣ ୭ଟାରୁ ଆରମ୍ଭ ହୋଇଥିବା ମତଦାନ ପ୍ରକ୍ରିୟା ଅପରାହ୍‌ଣ ୫ଟା ଯାଏଁ ଜାରି ରହିବ। ଅତି ସମ୍ବେଦନଶୀଳ ସ୍ଥାନରେ ମତଦାନ ଅପରାହ୍‌ଣ ୪ଟାରେ ଶେଷ କରାଯିବାର ଲକ୍ଷ୍ୟ ରହିଛି। ତେବେ ନିର୍ଦ୍ଧାରିତ ସମୟ ସରିଗଲା ପରେ ଯଦି ମତଦାତାମାନେ ବୁଥ ପରିସରରେ ଥିବେ ସେମାନେ ତାଙ୍କର ଅଧିକାର ସାବ୍ୟସ୍ତ କରିପାରିବେ। 

Advertisment

୧୧ପ୍ରାର୍ଥୀଙ୍କୁ ଭୋଟ୍‌ ଦେଉଛନ୍ତି ମତଦାତା

ଏହି ନିର୍ବାଚନ ରଣାଙ୍ଗନରେ ଶାସକ ବିଜେପି, ବିଜେଡି, କଂଗ୍ରେସ ସମେତ ମୋଟ ୧୧ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। କିନ୍ତୁ ଏଠାରେ ତ୍ରିମୁଖୀ ଲଢ଼େଇ ଦେଖିବାକୁ ମିଳିବ ବୋଲି ଚର୍ଚ୍ଚା ହେଉଛି। ଶାସକ ଦଳ ‘ବିଜେପି’ରୁ ର୍ସ୍ବଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ, ମୁଖ୍ୟ ବିରୋଧୀ ଦଳ ‘ବିଜେଡ଼ି’ରୁ ସ୍ନେହାଙ୍ଗୀନୀ ଛୁରିଆ ଏବଂ କଂଗ୍ରେସରୁ ଘାସିରାମ ମାଝୀ ମଇଦାନକୁ ଓହ୍ଲାଇଛନ୍ତି। ଏହି ୩ଟି ଦଳର ନେତାମାନେ ନୂଆପଡ଼ା, କୋମନା ଏବଂ ଖରିଆର ରୋଡ୍‌ରେ ବିଗତ ଦିନ‌ରେ ଜୋରଦାର ପ୍ରଚାର କରିଛନ୍ତି। 

ଆହୁରି ପଢ଼ନ୍ତୁ: Delhi Car Blast: ଲାଲକିଲ୍ଲା ବିସ୍ଫୋରଣ ଘଟଣା: ୮ ଜଣଙ୍କ ଜୀବନ ଗଲା, ୨୪ ଆହତ

୩୫୮ କେନ୍ଦ୍ରରେ ମତଦାନ ଜାରି

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି ନୂଆପଡ଼ା ନିର୍ବାଚନ ପାଇଁ ମୋଟ ୩୫୮ଟି ମତଦାନ କେନ୍ଦ୍ର ରହିଛି। ଏଥି ମଧ୍ୟରୁ ୪୭ଟି  ବୁଥ୍ ସମ୍ବେଦନଶୀଳ ଏବଂ ୮ଟି ଅତି ସମ୍ବେଦନଶୀଳ ବୁଥ୍ ଚିହ୍ନଟ ହୋଇଛି। ଅତି ସମ୍ବେଦନଶୀଳ ବୁଥକୁ ପୁଲିଂ ପାର୍ଟିର ସଦସ୍ୟମାନେ ବାୟୁସେନା ପକ୍ଷରୁ ବ୍ୟବସ୍ଥିତ ସ୍ୱତନ୍ତ୍ର ହେଲିକପ୍ଟରରେ ଯାଇଛନ୍ତି। ନୂଆପଡ଼ାରେ ମୋଟ୍ ୨ ଲକ୍ଷ ୫୩ ହଜାର ୬୨୪ ଜଣ ମତଦାତା ନିଜର ନେତା ବାଛିବେ। ସେମାନଙ୍କ ମଧ୍ୟରୁ ପୁରୁଷ ୧ ଲକ୍ଷ ୨୪ ହଜାର ୧୦୮ ଜଣ, ମହିଳା ୧ ଲକ୍ଷ ୨୯ ହଜାର ୪୯୫, ବରିଷ୍ଠ ନାଗରିକ ୧୭୮୬ ଜଣ, ଯୁବ ଭୋଟର ୯୪୨୯ ଏବଂ ଭିନ୍ନକ୍ଷମ ମତଦାତା ୩୯୮୮ ରହିଛନ୍ତି।

ଆହୁରି ପଢ଼ନ୍ତୁ: Jawaharlal Nehru Stadium to Demolish: ଜବାହରଲାଲ ନେହେରୁ ଷ୍ଟାଡିୟମ ଭଙ୍ଗାଯିବ, ନିର୍ମାଣ ହେବ ସ୍ପୋର୍ଟ୍ସ ସିଟି