ପୋଖରୀରେ ବୁଡି ବୃଦ୍ଧାଙ୍କ ମୃତ୍ୟୁ

Advertisment
ପୋଖରୀରେ ବୁଡି ବୃଦ୍ଧାଙ୍କ ମୃତ୍ୟୁ

ତେଲକୋଇ: ତେଲକୋଇ ଥାନା ଜଗମୋହନପୁର ପଞ୍ଚାୟତ ଟୁଙ୍ଗୁରୁବାହାଳ ଗ୍ରାମ ମୁଣ୍ଡା ସାହିରେ ଶୁକ୍ରବାର ପୋଖରୀରେ ବୁଡ଼ି ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ସ୍ବର୍ଗତ ସୁଳିଆ ମୁଣ୍ଡାଙ୍କ ସ୍ତ୍ରୀ ବେଲ ମୁଣ୍ଡା (୮୦) ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ଗତକାଲି ଅପରାହ୍ନରେ ବେଲ ମୁଣ୍ଡା ଟୁଙ୍ଗୁରୁବାହାଳ ଗ୍ରାମ ମୁଣ୍ଡା ସାହି ନିକଟସ୍ଥ ରାଇପାଳ ପୋଖରୀକୁ ଗାଧୋଇବା ପାଇଁ ଯାଇଥିବା ବେଳେ ଆଉ ଫେରି ନ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରି ନିରାଶ ହୋଇପଡ଼ିଥିଲେ। ଆଜି ପୋଖରୀରେ ତାଙ୍କର ମୃତଦେହ ଭାସୁଥିବା ସ୍ଥାନୀୟଲୋକ ଦେଖିବାକୁ ପାଇଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରି ଅପମୃତ୍ୟୁ ମାମଲା ୩୪/୨୦ ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ପଠେଇ ଦେଇଛନ୍ତି। ବେଲ ମୁଣ୍ଡା ପୋଖରୀରେ ବୁଡି ମୃତ୍ୟୁବରଣ କରିଥିବା ନେଇ ତେଲକୋଇ ଥାନାରେ ଅଭିଯୋଗ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe