Tour My India
ଥୁଆମୂଳ ରାମପୁର: ଇନ୍ଦ୍ରାବତୀ ଜଳଭଣ୍ଡାରରେ ବୁଡ଼ି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସୂଚନାନୁସାରେ କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍ ସାନଛତରଙ୍ଗ ଗ୍ରାମର ଦୀପାଇ ମାଝୀ (୬୦) ମଙ୍ଗଳବାର ସକାଳେ ଇନ୍ଦ୍ରାବତୀ ଜଳଭଣ୍ଡାରକୁ ଗାଧୋଇବାକୁ ଯାଇଥିଲେ।
ଜଳଭଣ୍ଡାରରେ ଗାଧୋଉଥିବା ବେଳେ ତାଙ୍କ ଗୋଡ଼ ଖସିଯିବାରୁ ​ଗଭୀର ପାଣିରେ ବୁଡ଼ିଯାଇ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ଜୟପାଟଣା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରିଥିଲେ। ଖବର ପାଇ ମହୁଲପାଟଣା ପୁଲିସ ଫାଣ୍ଡି ଏଏସ୍ଆଇ ଭୀମସେନ ଦଣ୍ଡସେନା ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ଥୁଆମୂଳ ରାମ​ପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।
Follow Us