୮୦୦ ଲିଟର ଦେଶୀ ମଦ ସହିତ ବୋଲେରୋ ଜବତ, ଜଣେ ଗିରଫ 

ଭଦ୍ରକ: ଭଦ୍ରକ ଅବକାରୀ ଅଧିକ୍ଷକ ପ୍ରଦୀପ୍ତ କୁମାର ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଅବକାରୀ ନିରୀକ୍ଷକ ଧନେଶ୍ୱର ବରାଡ଼ ଏବଂ ଭଦ୍ରକ ଭାମ୍ୟମାଣ ସ୍କ୍ୱାଡ଼ ଭାରପ୍ରାପ୍ତ ଅଧିକାରୀ ବ୍ରଜମୋହନ ମଲିକ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ବାସୁଦେବପୁର ଥାନା ଅନ୍ତର୍ଗତ ଟେରା ଛକ ନିକଟରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ ଏକ ବୋଲେରୋ (ଓଆର୦୧ଏଲ-୯୯୧୮) ମଧ୍ୟରୁ ୮୦୦ ଲିଟର ଦେଶୀ ରନ୍ଧା ମଦ ଜବତ କରିଛି । ଏହି ଘଟଣାରେ ଅବକାରୀ ବିଭାଗ ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ଅନ୍ତର୍ଗତ ଚତର ଗ୍ରାମର ରାକେଶ କୁମାର ମେଦିନରାୟକୁ ଗିରଫ କରିଥିବା ବେଳେ ଅନ୍ୟ ଦୁଇଜଣ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ଜବତ ମଦ ଓ ଗାଡ଼ିର ଆନୁମାନିକ ମୂଲ୍ୟ ୩ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢାଉରେ ଏ.ଏସ୍‌.ଆଇ ଭବେଶ ଦାସ, ପ୍ରହଲ୍ଲାଦ ସାମଲ, କନେଷ୍ଟବଳ ପ୍ରଦୀପ ମଲ୍ଲିକ, ସତ୍ୟରଞ୍ଜନ ସେଠୀ, ଖଗେଶ୍ୱର ଜେନା ଓ ଅନବାଦିତ୍ୟ ବାରିକ ପ୍ରଭୃତି ସାମିଲ ଥିଲେ । ଏନେଇ ଅବକାରୀ ବିଭାଗ ପକ୍ଷରୁ ୭୨/୨୧-୨୨ ମୂଳେ ମାମଲା ରୁଜ୍ଜୁ କରାଯାଇଛି।
ସମ୍ବନ୍ଧିତ ଖବର