ଭଦ୍ରକ: ଭଦ୍ରକ ଅବକାରୀ ଅଧିକ୍ଷକ ପ୍ରଦୀପ୍ତ କୁମାର ଦାସଙ୍କ ନିର୍ଦ୍ଦେଶକ୍ରମେ ଓ ଉପଅଧିକ୍ଷକ ଅନିତା ପ୍ରଧାନଙ୍କ ତତ୍ୱାବଧାନରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଭଦ୍ରକ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ସନ୍ତୋଷ କୁମାର ବଳଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥର ରାହାଞ୍ଜ ଛକ ନିକଟରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ ବାଲେଶ୍ୱର ଜିଲ୍ଲାରୁ ଭଦ୍ରକ ଆଡ଼କୁ ଆସୁଥିବା ଗୋଟିଏ ଚେଭ୍ରୋଲେଟ କାରରୁ (ଓଡି-୧୦-୭୧୧୧) ୩୦୦ ଲିଟର ଦେଶୀ ରନ୍ଧା ମଦ ଜବତ କରିବା ସହିତ ଏଥିରେ ସମ୍ପୃକ୍ତ ସିମୁଳିଆ ଥାନା ଅନ୍ତର୍ଗତ ମାର୍କୋଣା ଗ୍ରାମର କମଳାକାନ୍ତ ସାହୁଙ୍କୁ ଗିରଫ କରାଯାଇଛି।
ଜବତ ହୋଇଥିବା ମଦ ଓ ଗାଡ଼ିର ଆନୁମାନିକ ମୂଲ୍ୟ ୦୩ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛନ୍ତି। ଉକ୍ତ ଚଢଉରେ ସହକାରୀ ଉପ-ନିରୀକ୍ଷକ ପ୍ରହଲ୍ଲାଦ ସାମଲ ଓ ରମେଶ ନାୟକ, କନେଷ୍ଟବଳ ଅଜିତ କୁମାର ସିଙ୍କୁ, ରୁଦ୍ରନାରାୟଣ ଦାସ, ସୁଦର୍ଶନ ପଲ୍ଲାଇ, ଜେମାମଣୀ ଜାମୁଡା ପ୍ରମୁଖ ସାମିଲ ଥିଲେ। ଏନେଇ ଭଦ୍ରକ ଅବକାରୀ ଥାନା ପକ୍ଷରୁ ଗୋଟିଏ ମାମଲା ରୁଜ୍ଜୁ କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/08/IMG-20230803-WA0089.jpg)