ଅଜଣା ଗାଡି ଧକ୍କାରେ ବାଇକ ଚାଳକଙ୍କ ମୃତ୍ୟୁ

Advertisment
ଅଜଣା ଗାଡି ଧକ୍କାରେ ବାଇକ ଚାଳକଙ୍କ ମୃତ୍ୟୁ

Photo: Sambad

ଭଞ୍ଜନଗର: ଗଂଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାହାଣପଲ୍ଲୀ ଗ୍ରାମ ନିକଟରେ ଏକ ଦୁର୍ଘଟଣା ଘଟି ଶିବ ଶଙ୍କର ବିଷୋୟୀ (୪୫) ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ ଲଣ୍ଡେଇସାହି ଗ୍ରାମର ଶିବ ଶଙ୍କର କୌଣସି କାମରେ କୁଲାଡ଼ ଯାଇ ଫେରୁଥିବା ବେଳେ ସାହାଣପଲ୍ଲୀ ଗ୍ରାମ ମୁଖ୍ୟ ସଡକ ଉପରେ କୌଣସି ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ସେ ଘଟଣା ସ୍ଥଳରେ ଗୁରୁତର ଅବସ୍ଥାରେ ପଡିଥିବା ବେଳେ ସ୍ଥାନୀୟ ଲୋକଙ୍କ ସହଯୋଗରେ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଭଂଜନଗର ଉପଖଣ୍ଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଭଞ୍ଜନଗର ପୋଲିସ ପହଂଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe