CREATOR: gd-jpeg v1.0 (using IJG JPEG v62), quality = 100
ଲକ୍ଷ୍ମୀପ୍ରସାଦ: ବୌଦ୍ଧ ଜିଲ୍ଲା ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଗମ୍ଭାରୀପଦର ଛକ ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କାରେ ଜଣେ ଯୁବକ ମୃତ୍ୟୁ ବରଣ କରିଥିବା ଜଣାପଡଛି। ବୌଦ୍ଧ ଥାନା ଜହ୍ନପଙ୍କ ଫାଣ୍ଡି ତେଲିବନ୍ଧ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଚନ୍ଦ୍ରପୁର ଗ୍ରାମର ଆନନ୍ଦ ବେହେରା (୩୦) ବୌଦ୍ଧରୁ ଡ୍ୟୁଟି ସାରି ନିଜ ଗ୍ରାମକୁ ଫେରୁଥିବା ବେଳେ ବଳସିଙ୍ଗା ଗ୍ରାମ ପଟରୁ ଆସୁଥିବା ବୌଦ୍ଧ ଟାଉନ ବ୍ରାହ୍ମଣ ସାହିର ମାନସ ମିଶ୍ରଙ୍କ ବାଇକ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ମାନସ ମିଶ୍ରଙ୍କ ଦେହରେ ସାମାନ୍ୟ ଆଘାତ ଲାଗିଥିବା ବେଳେ ଆନନ୍ଦ ବେହେରାଙ୍କ ମୁହଁରେ ଗଭୀର ଆଘାତ ଲାଗିଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ୧୦୮ ଆମ୍ବୁଲାନ୍ସ ଯୋଗେ ପ୍ରଥମେ ବୌଦ୍ଧ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।
ହେଲେ ତାଙ୍କର ଅବସ୍ଥା ଅତି ସଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା। ହେଲେ ସୋନପୁର ଠାରେ ତାଙ୍କର ମୃତ୍ୟୁ ବରଣ ହୋଇଥିଲା। ଘଟଣା ସ୍ଥଳରେ ବୌଦ୍ଧ ପୁଲିସ ପହଞ୍ଚି ତଦନ୍ତ କରୁଥିବା ବେଳେ ଶବ ବ୍ୟବଚ୍ଛେଦ କରାଯାଇ ପରିବାରକୁ ହସ୍ତାନ୍ତର କରାଯାଇଥିବା ଜଣାପଡିଛି। ମୃତ ଆନନ୍ଦ ବେହେରା ବିଦ୍ୟୁତ ବିଭାଗରେ ଲାଇନ ମ୍ୟାନ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କର ପତ୍ନୀ ଓ ଦୁଇ ମାସର ଶିଶୁ କନ୍ୟାଟିଏ ରହିଥିବାରୁ ତାଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି।
Follow Us