ଅଟୋ-ଟ୍ରକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ, ଅନ୍ୟ ଜଣେ ଗୁରୁତର

Advertisment
ଅଟୋ-ଟ୍ରକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ, ଅନ୍ୟ ଜଣେ ଗୁରୁତର

ରାଉରକେଲା/ବଣାଇ: ସୁନ୍ଦରଗଡ଼ ଜିଲ୍ଲା ବଣାଇଁ ଉପଖଣ୍ଡର ମହୁଲପଦା ଥାନା ଅନ୍ତର୍ଗତ ସିହିଡିଆ ଛକ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଅଟୋ ଚାଳକର ମୃତ୍ୟୁ ଘଟିଛି। ୧୦ ନମ୍ବର (କ ) ରାଜ୍ୟ ରାଜପଥର ସିହିଡିଆ ନିକଟରେ ଏକ ଟ୍ରକ ମୁହାଁମୁହିଁ ଅଟୋକୁ ଧକ୍କା ଦେଇଥିଲା ଫଳରେ ଘଟଣାସ୍ଥଳରେ ଅଟୋ ଚାଳକ ଅନିଲ ନାଏକ (୨୪)ଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ପ୍ରମୋଦ ନାଏକ ଗୁରୁତର ଆହତ ହୋଇଛନ୍ତି। ପ୍ରତ୍ୟକ୍ଷଦର୍ଶୀ ଗ୍ରାମବାସୀ ଆହତକୁ ଉଦ୍ଧାର କରି ବଣାଇଁ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇବା ସହ ମହୁଲପଦା  ପୁଲିସକୁ ସୂଚନା ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣା ଘଟାଇଥିବା ଟ୍ରକ ଚାଳକ ଫେରାର୍ ମାରିଥିବା ପୁଲିସ କହିଛି। ଦୁର୍ଘଟଣା ପରେ ଅଞ୍ଚଳରେ ଉତ୍ତେଜନା ଜାରି ରହିଛି ଏବଂ ସମ୍ପୃକ୍ତ ରାସ୍ତାରେ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe