ଝାରସୁଗୁଡ଼ା: ଗତକାଲି (ଗୁରୁବାର) ଝାରସୁଗୁଡ଼ା ବିଟିଏମ୍ ଶ୍ମଶାନରେ ଏକସମୟରେ ଗୋଟିଏ ପରିବାର ୪ଜଣଙ୍କ ଜୁଇ ଜଳିବାର ଦୁଃଖଦ ଘଟଣାକୁ ଦେଖି ସମଗ୍ର ଅଞ୍ଚଳ ସ୍ତବ୍ଧ ହୋଇଯାଇଥିଲା। ଆଜି ପୁଣି ଏହି ପରିବାର ଆଉ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ବନ୍ଦିତା(୩୫) ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ, ଗତ ଜୁନ୍ ୧ ତାରିଖରେ ଘରର ସାନ ପୁଅ ଦୀପକ ବିଶ୍ୱାଳଙ୍କର ମୃତ୍ୟୁ ହେବା ପରେ ଦୁଃଖରେ ଭାଙ୍ଗିପଡ଼ି ପରିବାରର ସଦସ୍ୟ ମା’ ପୁଷ୍ପବତୀ, ଭାଇ ଶ୍ରୀକାନ୍ତ (୨୨) ଭଉଣୀ ଲିଲି (୩୮), ପିଙ୍କି(୩୦), ବନ୍ଦିତା( ୩୫) ବିଷପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ପଡ଼ୋଶୀମାନେ ଏ ବାବଦରେ ଜାଣିବା ପରେ ପୁଲିସକୁ ଖବର ଦେଇଥିଲେ। ପୁଲିସ ସେମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲା। ଏମାନଙ୍କ ଭିତରୁ ଝିଅ ପିଙ୍କିଙ୍କର, ପୁଅ ଶ୍ରୀକାନ୍ତଙ୍କର ଓ ମା’ ପୁଷ୍ପାବତୀଙ୍କର ବୁର୍ଲା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ଗତକାଲି ୪ଜଣଙ୍କ ମୃତଦେହକୁ ଝାରସୁଗୁଡ଼ା ବିଟିଏମ୍ ଶ୍ମଶାନରେ ଅନ୍ତିମ ସଂସ୍କାର କରାଯାଇଥିଲା।
![]()
ମିଳିଥିବା ସୂଚନା ମୁତାବକ ୨୦୧୮ ମସିହାରେ ଝାରସୁଗୁଡା ବେହେରାମାଲରେ ଏକ ବାଇକ ଦୁର୍ଘଟଣା ହୋଇଥିଲା । ଏଥିରେ ଦୀପକ ବିଶ୍ୱାଳ(୨୨) ଗୁରୁତର ଆହତ ହୋଇ କୋମାକୁ ଚାଲିଯାଇଥିଲେ। ଦୀପକଙ୍କ ଚିକିତ୍ସା ପାଇଁ ପରିବାର ଲୋକ ପ୍ରାୟ ୩୦ ଲକ୍ଷ ଟଙ୍କା ଖର୍ଚ୍ଚ କରିସାରିଥିଲେ। ଘରେ ଦୀପକଙ୍କ ଚିକିତ୍ସା ଚାଲିଥିବାବେଳେ ଜୁନ ୧ ତାରିଖରେ ସେ ଗୁରୁତର ହୋଇପଡିଥିଲେ । ଦୀପକଙ୍କୁ ତାଙ୍କ ସାଙ୍ଗମାନେ ଏକ ଘରୋଇ ନର୍ସିଂହୋମକୁ ନେଇଯାଇଥିଲେ । ସେଠାରେ ଦୀପକଙ୍କର ମୃତ୍ୟୁ ହୋଇଯାଇଥିଲା ।
ଏହି ଦୁଃଖରେ ପୂରା ପରିବାର ମ୍ରିୟମାଣ ହୋଇ ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେବାକୁ ପଛାଇ ନ ଥିଲେ। ଏବେ ଏହି ପରିବାର ଝିଅ ଲିଲି ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/06/WhatsApp-Image-2020-06-04-at-16.55.29-1.jpeg)