ବିଦ୍ୟୁତ ଆଘାତରେ ଜଣେ ମୃତ

ବିବାହିତା ମହିଳାଙ୍କ ଝୁଲନ୍ତା ଶବ ଉଦ୍ଧାର, ହତ୍ୟା ଅଭିଯୋଗ କଲେ ବାପଘର ଲୋକ

DNA India

ଗୋଲାମୁଣ୍ଡା: ବିଦ୍ୟୁତ୍‌ ଆଘାତରେ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ୍‌ ଦଶପୁର ଗାଁରେ ଘନଶ୍ୟାମ ମେହେର (୪୫ବର୍ଷ)ଙ୍କ ମୃତ୍ୟୁ ଘଟିଛି। ରବିବାର ସକାଳେ ଦଶପୁର ଗାଁର ଘନଶ୍ୟାମ ତାଙ୍କ ବାଇକ୍‌ ଗ୍ୟାରେଜରେ ବିଦ୍ୟୁତ୍‌ ସୁଇଚ୍‌ବୋର୍ଡ ମରାମତି କରୁଥିଲେ। ଏହି ସମୟରେ ସେ ହଠାତ୍‌ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଯାଇଥିଲେ। ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଧର୍ମଗଡ଼ ଉପଖଣ୍ଡ ଡାକ୍ତରଖାନାକୁ ଚିକିତ୍ସା ପାଇଁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ଦଶପୁର ଫାଣ୍ଡି ଅଧିକାରୀ ଚନ୍ଦ୍ରହାସ୍ୟ ସାହୁ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରିବା ସହିତ ଗୋଲାମୁଣ୍ଡା ଥାନା କେସ ନମ୍ବର ୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଛନ୍ତି। ବ୍ୟବଚ୍ଛେଦ ପରେ ଶବକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି ବୋଲି ଫାଣ୍ଡି ଅଧିକାରୀ ଶ୍ରୀ ସାହୁ ପ୍ରକାଶ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe