ଝାରସୁଗୁଡ଼ା: ବେଲପାହାଡ଼ ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥ ନିକଟରେ ଶନିବାର ସନ୍ଧ୍ୟାରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସ୍ଥାନୀୟ ଜୁନାଡିହ ଗ୍ରାମର ଚନ୍ଦ୍ରଭାନୁ ମଲିକଙ୍କ ପୁଅ ସୁରେନ୍ଦ୍ର ମଲିକ (୨୩)। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ମୃତଦେହ ରଖି ରାସ୍ତା ଅବରୋଧ କରିଛନ୍ତି। ରିପୋର୍ଟ ଲେଖାଯିବା ବେଳକୁ ପ୍ରଶାସନ ଘଟଣାସ୍ଥଳକୁ ପହଞ୍ଚିଥିବା ବେଳେ ଉତ୍ତେଜନା ଲାଗି ରହିଛି। ପୁଲିସ ଉତ୍ତେଜିତ ଲୋକଙ୍କୁ ବୁଝାସୁଝା କରୁଥିବା ବେଳେ ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ସଂଖ୍ୟାରେ ଗାଡ଼ି ଅଟକି ରହିଛି।
ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀ ମୃତ, ରାସ୍ତା ଅବରୋଧ କଲେ ଉତ୍ତେଜିତ ଲୋକେ
Advertisment
Follow Us