ବାରିପଦା : ଜିଲ୍ଲା ମହକୁମା ବାରିପଦାରେ ଆଜି ଜିଲ୍ଲାସ୍ତରୀୟ ପଞ୍ଚାୟତିରାଜ ଓ ଲୋକସେବା ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ପ୍ରାୟସ ସମ୍ମିଳନୀ କକ୍ଷରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଭବେଶ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ପାଳନ ସମାରୋହରେ ଜିଲ୍ଲାପାଳ ବିନୀତ ଭରଦ୍ବାଜ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବାରିପଦା ଉପଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡି, ମୁଖ୍ୟବକ୍ତା ଭାବେ ଆଂଚଳିକ ମହାବିଦ୍ୟାଳୟ ଗଡ଼ିଆ, ମୋରଡ଼ାର ରାଜନୀତି ବିଜ୍ଞାନ ପ୍ରାଧ୍ୟାପକ ସନ୍ଦିପ କୁମାର ଚାନ୍ଦ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ଅତିଥିମାନେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ସ୍ମରଣ କରିବା ସହିତ ମହିଳା ସଶକ୍ତିକରଣ ବିଷୟରେ ମତ ରଖିଥିଲେ। ଏହି ଅବସରରେ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ଉଦ୍ୟେଶରେ ପ୍ରେରିତ ବାର୍ତା ପରିବେଷଣ କରାଯାଇଥିଲା । ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରିଣୀ ମମତାମୟୀ ବିଶ୍ୱାଳ କାର୍ଯ୍ୟକ୍ରମଟିକୁ ପରିଚାଳନା କରିଥିବାବେଳେ ଉପମୁଖ୍ୟ କାର୍ଯ୍ୟନିର୍ବାହୀ ଓରମାସ୍ ବିମାନ ମାଲ୍ ଧନ୍ୟବାଦ ଅପର୍ଣ କରିଥିଲେ ।
ମୟୁରଭଂଜରେ ଜିଲ୍ଲାସ୍ତରୀୟ ପଞ୍ଚାୟତିରାଜ ଓ ଲୋକସେବା ଦିବସ ପାଳିତ
Advertisment
Follow Us