ଜୟପୁର: ୭୫ବର୍ଷ ତଳର ବିକ୍ରମଦେବ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି। ଅବିଭକ୍ତ କୋରାପୁଟ ଜିଲ୍ଲାର ବୁଦ୍ଧିଜୀବୀ ତଥା ଛାତ୍ରଛାତ୍ରୀ ମାନଙ୍କର ବହୁ ଦିନର ଦାବି ଆଜି ପୂରଣ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି। ଛାତ୍ରଛାତ୍ରୀମାନେ ଖୁସିରେ ନାଚିଛନ୍ତି। ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ଭିଡିଓ ବି ଭାଇରାଲ କରାଯାଇଛି। ସେ ଅନୁମୋଦନ କରି ଦସ୍ତଖତ କରୁଥିବା ଫାଇଲର ଭିଡିଓ ଚିତ୍ର ସହ ସେ ଖୁସି ପ୍ରକଟ କରି ‘‘ ବିକ୍ରମ ଦେବ ଅଟୋନମସ୍ କଲେଜ ୟୁନିଭରସିଟି ଏପ୍ରୁଭ୍ ହେଲା କହି ହସିବା ସହ ଜୟଜଗନ୍ନାଥ କହୁଥିବା ଦେଖିବାକୁ ମିଳିଥିଲା। ପାଖରେ ୫ଟି ସଚିବ ଭି. କାର୍ତ୍ତିକେନ୍ ପାଣ୍ଡିଆନ୍ ଏହି ଫାଇଲରେ ଦସ୍ତଖତ କରାଇଥିବା ଦେଖିବାକୁ ମିଳିଥିଲା। ବିକ୍ରମଦେବ ମହାବିଦ୍ୟାଳୟ ୧୯୪୭ ମସିହାରେ ସ୍ଥାପିତ ହୋଇଥିଲା।
/sambad/media/post_attachments/wp-content/uploads/2023/02/jpr-cm-signture-2.jpg)
ଏହି ମହାବିଦ୍ୟାଳୟରେ ଏବେ ୧୬ଟି ପିଜି (ସ୍ନାତ୍ତକୋତର), ୧୭ଟି ସ୍ନାତ୍ତକ , ସହ ବିବିଏ, ବିସିଏ ଓ ବିଏଡ୍ ପାଠ୍ୟକ୍ରମ ପଢ଼ାଯାଉଛି। ବର୍ତ୍ତମାନ ଚାରି ହଜାର ଛାତ୍ରଛାତ୍ରୀ ଏଠାରେ ଅଧ୍ୟୟନ କରୁଛନ୍ତି। ଅବିଭକ୍ତ କୋରାପୁଟ ଜିଲ୍ଲାର ସମସ୍ତ କଲେଜ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସହ ଅନୁବନ୍ଧିତ ହୋଇଛି। ବର୍ତ୍ତମାନ ଏହି ନୂଆ ବିଶ୍ୱବିଦ୍ୟାଳୟ ହେବା ଦ୍ଵାରା କୋରାପୁଟ ,ରାୟଗଡା ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ହାଜର ହଜାର ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଦକ୍ଷିଣ ଓଡିଶା ରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ଏହା ଏକ ମାଇଲଷ୍ଟୋନ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି। ଅବିଭକ୍ତ କୋରାପୁଟ ଜିଲ୍ଲାର ସର୍ବପୁରାତନ ମହାବିଦ୍ୟାଳୟ ତାର ୭୫ ବର୍ଷ ପୂର୍ତ୍ତି ପାଳନ କରୁଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ସାଧାରଣରେ ସ୍ବାଗତ କରାଯାଇଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ଜୟପୁର ବିକ୍ରମ ଦେବ ସ୍ବୟଂ ଶାସିତ ମହାବିଦ୍ୟାଳୟର ୭୫ତମ ବର୍ଷ ପୂର୍ତ୍ତି ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଏହାକୁ ଅନୁଷ୍ଠାନିକ ଭାବେ ଘୋଷଣା କରିବେ।