ମହିଳାଙ୍କ ଆତ୍ମାହୂତି, ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କଲା ପୁଲିସ

Advertisment
ଥାଲାସେମିଆରେ ଯୁବକ ମୃତ, ବର୍ଷକରେ ଦୁଇ ଭାଇଙ୍କ ଜୀବନ ଗଲା

ThePleasantDream

ଦିଗପହଣ୍ଡି: ଗଞ୍ଜାମମ ଜିଲ୍ଲା ଦିଗପହଣ୍ଡି ପୁଞ୍ଜିକୟାଁ ଛକ ନିକଟ ଦଧିବାମନସାହିର ରୀନା ପାଣି(୫୨) ଦେହରେ କିରାସିନି ଢାଳି ନିଆଁ ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସେ ଜଣେ ମାନସିକ ରୋଗୀ ହୋଇଥିବା ବେଳେ ଗତ ୨୦ ବର୍ଷ ହେଲା ତାଙ୍କର ଚିକିତ୍ସା ଚାଲିଥିଲା। ତାଙ୍କ ସ୍ବାମୀ ବିନୋଦ ଚନ୍ଦ୍ର ପାଣି(୬୩) ଜଣେ ଅବସରପ୍ରାପ୍ତ ଶିକ୍ଷକ। ତାଙ୍କର ୨ ପୁଅ ଓ ୨ ଝିଅ ଅଛନ୍ତି।

ରୀନାଙ୍କୁ ଗୁରୁତର ଭାବେ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଦିଗପହଣ୍ଡି ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe