ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ରାଜ୍ୟ ସାଙ୍ଗଠନିକ ସମ୍ପାଦକଙ୍କ ସମୀକ୍ଷା

ଛତ୍ରପୁର: ଆସନ୍ତା ୨୬ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଞ୍ଜାମ ଜିଲ୍ଲାକୁ ଦିନିକିଆ ଗସ୍ତ କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି କ୍ରମରେ ଆଜି ଅପରାହ୍ନରେ ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଛତ୍ରପୁର ଆସି ଏହାର ତଦାରଖ କରିଛନ୍ତି। ଏନେଇ ସେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ରାଜ୍ୟ କାଜୁ ନିଗମ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ମହାରଣା ଓ ରାଜ୍ୟ ଯୋଜନା ବୋର୍ଡ଼ ସଦସ୍ୟ ଡ. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକଙ୍କ ସହ ଆଲୋଚନା କରିଥିବା ଜଣାପଡ଼ିଛି।

ସମ୍ବନ୍ଧିତ ଖବର