ପ୍ରତାପ ଓ ସଞ୍ଜୟଙ୍କୁ ବିଜେଡି ଦେଲା ଜିଲ୍ଲା ଦାୟିତ୍ବ

Advertisment
ପ୍ରତାପ ଓ ସଞ୍ଜୟଙ୍କୁ ବିଜେଡି ଦେଲା ଜିଲ୍ଲା ଦାୟିତ୍ବ

ଭୁବନେଶ୍ବର: ମାହାଙ୍ଗା ବିଧାୟକ ପ୍ରତାପ ଜେନା ଓ ବ୍ରହ୍ମଗିରିର ପୂର୍ବତନ ବିଧାୟକ ସଞ୍ଜୟ ଦାସବର୍ମାଙ୍କୁ ଆଜି ଦଳ ପକ୍ଷରୁ ଜିଲ୍ଲା ଦାୟିତ୍ବ ଦିଆଯାଇଛି। ବିଜୁ ଜନତା ଦଳର ସାଂଗଠନିକ ସଂପାଦକଙ୍କ ଦସ୍ତଖତରେ ଜାରି ଏକ ବିଜ୍ଞପ୍ତିରେ କୁହାଯାଇଛି କି ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଆଦେଶ କ୍ରମେ ଦୁଇ ନେତାଙ୍କୁ  ନେତାଙ୍କୁ  ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ମିଳିଛି । ପ୍ରତାପ ଜେନାଙ୍କୁ କେନ୍ଦ୍ରାପଡା ଓ ସଞ୍ଜୟ ଦାସବର୍ମାଙ୍କୁ ଭଦ୍ରକ ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ମିଳିଛି । ଉଲ୍ଲେଖଯୋଗ୍ୟ, ପୂର୍ବରୁ ପ୍ରମିଳା ମଲ୍ଲିକ କେନ୍ଦ୍ରାପଡା ଜିଲ୍ଲାର ପର୍ଯ୍ୟବେକ୍ଷକ ଥିଲେ ଓ ସେ ବାଚସ୍ପତି ନିର୍ବାଚିତ ହେବା ପରେ ପ୍ରତାପଙ୍କୁ ଏହି ଗୁରୁଦାୟିତ୍ୱ ଦେଇଛି ଦଳ ।

ଅନ୍ୟପଟେ ଦୀର୍ଘଦିନ ପରେ ସାଙ୍ଗଠନିକ ଦାୟିତ୍ୱକୁ ଫେରିଛନ୍ତି ସଞ୍ଜୟ ଦାସବର୍ମା । ପୂର୍ବରୁ ସଞ୍ଜୟ ଦଳୀୟ ମୁଖ୍ୟାଳୟର ସାଧାରଣ ସମ୍ପାଦକ ଦାୟିତ୍ୱ ପାଇଥିଲେ।  ନୂଆ ଦାୟିତ୍ୱ ପାଇବା ପରେ ସଞ୍ଜୟ କହିଛନ୍ତି, ପୂର୍ବରୁ ଦଳର ସଭାପତି ନବୀନ ପଟ୍ଟନାୟକ ଯେଉଁ ଦାୟିତ୍ୱ ଦେଇଛନ୍ତି ତାହାକୁ ନିଷ୍ଠା ଓ ଆନ୍ତରିକତାର ସହ ନିର୍ବାହ କରିଛି । ଏବେ ଯେଉଁ ଦାୟିତ୍ୱ ମିଳିଛି ତାହାକୁ ପୂର୍ବ ଭଳି ମୋର ସାଧ୍ୟମତେ ନିର୍ବାହ କରିବି । ମୋ ଉପରେ ଭରସା ଓ ବିଶ୍ୱାସ ସହ ଆସ୍ଥା ପ୍ରକଟ କରିଥିବାରୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି ସଞ୍ଜୟ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe