ଭବାନୀପାଟଣା: ଭବାନୀପାଟଣାସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ସୁବ୍ରତ ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଶିବିରରେ ଧର୍ମଗଡ଼ ଉପଜିଲ୍ଲାପାଳ ବେଦ ଭୂଷଣ, ସଦର ପୁଲିସ୍ ଏସଡିପିଓ ସୁନାଳରାମ ହେମ୍ବ୍ରମଙ୍କ ସହ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।
ଶିବିରରେ ମୋଟ ୧୦୭ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ୯୩ଟି ବ୍ୟକ୍ତିଗତ ସମସ୍ୟା ଓ ୧୪ଟି ଗ୍ରାମ୍ୟ ତଥା ସାମୂହିକ ସମସ୍ୟା ଉପରେ ରହିଥିଲା। ୧୬ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିବା ଜଣାପଡ଼ିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/07/4-2.jpg)