ସୁନ୍ଦରଗଡ଼: ସୋମବାର ସ୍ଥାନୀୟ ସଦ୍ଭାବନା ଭବନଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ଯୋଗ ଦେଇ ସାଧାରଣ ଲୋକଙ୍କ ଆପତ୍ତି ଅଭିଯୋଗ ଆଦି ଶୁଣାଣି କରିଥିଲେ। ମୋଟ ୧୨୫ଟି ଅଭିଯୋଗ ଆସିଥିଲା। ସେଥିମଧ୍ୟରୁ ଜନଶୁଣାଣି ସ୍ଥଳରେ ହିଁ ୩୩ଟି ଅଭିଯୋଗର ସମାଧାନ କରାଯାଇଥିଲା। ଅନ୍ୟ ଅଭିଯୋଗଗୁଡ଼ିକର ବିଚାରକରି ତୁରନ୍ତ ସମାଧାନ କରିବାକୁ ଜିଲ୍ଲାପାଳ ଉପସ୍ଥିତ ଥିବା ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ବ୍ଲକରୁ ଆସିଥିବା ଲୋକମାନେ ଜମିଜମା ମାମଲା, ନିଯୁକ୍ତି, ପୋଖରୀ ପୁନରୁଦ୍ଧାର ଓ ନୂତନ ପୋଖରୀ ଖନନ, ଚାଷଜମିକୁ ଜଳସେଚନର ସୁବିଧା, ରାସ୍ତା ମରାମତି, ପୋଲ ନିର୍ମାଣ ପାଇଁ ଅଭିଯୋଗ କରିଥିଲେ।
ଏହାସହ କେତେକ ହିତାଧିକାରୀ ଜଙ୍ଗଲ ଜମି ପଟ୍ଟା, ଆବାସ ଯୋଜନା, ରାସନ କାର୍ଡ ଏବଂ ଭତ୍ତା ପାଇବା ଲାଗି ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। ଏହି ଅବସରରେ ୧୦ ଜଣ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଚିକିତ୍ସା ଲାଗି ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ଶିବିରରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ମନୋଜ ସତ୍ୟବାନ ମହାଜନ, ସୁନ୍ଦରଗଡ଼ ବନଖଣ୍ଡ ଅଧିକାରୀ ପ୍ରଦୀପ ମିରାସେ, ଅତିରିକ୍ତ ଜିଲ୍ଲାପାଳ ରବି ନାରାୟଣ ସାହୁ ଓ ଅଭିମନ୍ୟୁ ବେହେରା, ଉପଜିଲ୍ଲାପାଳ ଦାଶରଥି ସରାବୁ, ଅତିରିକ୍ତ ଏସପି ସୁରେନ୍ଦ୍ର ମାଝି, ସୁନ୍ଦରଗଡ଼ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ରାମକୃଷ୍ଣ ଗଣ୍ଡ, ଡେପୁଟି କଲେକ୍ଟର କୁନ୍ତୀରାଣୀ ନାଏକ, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର କାହ୍ନୁଚରଣ ନାୟକଙ୍କ ସହ ବିଭିନ୍ନ ବିଭାଗର ଅଧିକାରୀ ଯୋଗ ଦେଇଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/02/33aea2bc-55b0-4845-acf8-5d07cd26f8e5.jpg)