ଧାଡ଼ି ଦର୍ଶନକୁ ବିରୋଧ କରି ପୁରୀରେ ଆଇନଶୃଙ୍ଖଳା ପରିସ୍ଥିତି ଅଣାୟତ, ମନ୍ତ୍ରୀଙ୍କ ଘରେ ଭଙ୍ଗାରୁଜା

Advertisment
ଧାଡ଼ି ଦର୍ଶନକୁ ବିରୋଧ କରି ପୁରୀରେ ଆଇନଶୃଙ୍ଖଳା ପରିସ୍ଥିତି ଅଣାୟତ, ମନ୍ତ୍ରୀଙ୍କ ଘରେ ଭଙ୍ଗାରୁଜା

ପୁରୀ: ଶ୍ରୀମନ୍ଦିରରେ ଧାଡ଼ିଦର୍ଶନ ବ୍ୟବସ୍ଥାର ପ୍ରତିବାଦରେ ଆଜି ଶ୍ରୀଜଗନ୍ନାଥ ସେନା ପକ୍ଷରୁ ପୁରୀ ବନ୍ଦ ଡାକରା ପରିପ୍ରେକ୍ଷୀରେ ଅଶାନ୍ତ ହୋଇ ଉଠିଛି ପୁରୀ ସହର। ଭକ୍ତ, ସେବାୟତ, ଶ୍ରୀଜଗନ୍ନାଥ ।ସନା ପକ୍ଷରୁ ସିଂହଦ୍ୱାରା ସମ୍ମୁଖରେ ପ୍ରଶାସନ ପକ୍ଷରୁ ଲଗାଯାଇଥିିବା ବ୍ୟାରିକେଡ୍‌କୁ ଭାଙ୍ଗି ଭକ୍ତମାନେ ମନ୍ଦିର ଭିତରକୁ ଧଶେଇ ପଶିଛନ୍ତି। କେବଳ ସେତିକି ନୁହେଁ, ପୁରୀ ବିଧାୟକ ତଥା ରାଜସ୍ୱ ମନ୍ତ୍ରୀ ମହେଶ୍ୱର ମହାନ୍ତିିଙ୍କ ଘରେ ପଶି ମଧ୍ୟ ଉତ୍ତ୍ୟକ୍ତ ଲୋକେ ଭଙ୍ଗାରୁଜୁ କରିଛନ୍ତି। ବଡ଼ଦାଣ୍ଡରେ ଭଙ୍ଗାରୁଜା କରିବା ସହିତ ଟ୍ରାଫିକ ପୋଷ୍ଟ ଗୁଡ଼ିକୁ ଭାଙ୍ଗି ଦେଇଛନ୍ତି। ସେହିପରି ଲୋକେ ପୁରୀ ଏସ୍‌ପିଙ୍କ କାର୍ଯ୍ୟାଳୟକୁ ଘେରାଉ କରି ରଖିବା ସହିତ ଏହାର ଗେଟ୍‌କୁ ମଧ୍ୟ ଭଙ୍ଗାରୁଜା କରିଛନ୍ତି୧। ଘଟରାକୁ ନେଇ ଆଇନଶୃଙ୍ଖଳା ପରିସ୍ଥିତି ଧୀରେ ଧୀରେ ଅଣାୟତ ଆଡକୁ ଯାଉଥିବା ବେଳେ ବିଭିନ୍ନ ସ୍ଥାନରେ ପୁଲିସ ମୂତୟନ କରାଯାଇଛି।

publive-image
ଶ୍ରୀଜଗନ୍ନାଥ ସେନା ପକ୍ଷରୁ ପୁରୀ ବନ୍ଦ ଡାକରା ର ପ୍ରତିଷେଧମୂଳକ ପଦକ୍ଷେପ ସ୍ୱରୂପ ପୁଲିସ ଶ୍ରୀଜଗନ୍ନାଥ ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକଙ୍କୁ ପୁଲିସ ଗିରଫ କରିବା ଘଟଣାରେ ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ବନ୍ଦ ଯୋଗୁଁ ପୁରୀ ସହରର ଦୋକାନବଜାର ବନ୍ଦ ରହିଛି।ଯାନବାହନ ଚଳାଚଳ ବନ୍ଦ ରହିଥିବା ବେଳେ ମନ୍ଦିରର ବ୍ୟାରିକେଡ ଭାଙ୍ଗି ଭକ୍ତମାନେ ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି।
ଶ୍ରୀଜୀଉମାନଙ୍କ ଦର୍ଶନକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନ ପକ୍ଷରୁ ଯେଉଁ ଧାଡ଼ି ଦର୍ଶନ ବ୍ୟବସ୍ଥା କରାଯାଇଛି ଏଥିରେ ଭକ୍ତମାନଙ୍କୁ ବହୁ ସମୟ ଧରି ଅପେକ୍ଷା କରିବାକୁ ପଡ଼ୁଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe