ଆସନ୍ତା ୨୯ରୁ ଆରମ୍ଭ ହେବ ପୁରୀରେ ଶ୍ରୀମନ୍ଦିର ଓ ଭୁବନେଶ୍ବରରେ ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ କାମ

ପୁରୀ: ଆସନ୍ତା ୨୯ ତାରିଖ ଶୁକ୍ରବାର ଠାରୁ ପୁରୀ ଶ୍ରୀମନ୍ଦିରର ଚତୁଃପାର୍ଶ୍ୱ ଓ ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ ମନ୍ଦିରର ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ  କାମ ପୁଣି ଥରେ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଭିଡିଓ କନ୍‌ଫରେନ୍ସ ଜରିଆରେ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଏ ନେଇ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା ମଧ୍ୟ କରିଛନ୍ତି।

ପୁଣି ଥରେ ଜଗନ୍ନାଥ ମନ୍ଦିର ଚତୁଃପାର୍ଶ୍ୱ ଓ ଲିଙ୍ଗରାଜ ମନ୍ଦିରର ଚତୁଃପାର୍ଶ୍ୱ ନିର୍ମାଣ କାମ ଆରମ୍ଭ ହେବ। କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ପାଖାପାଖି ୨ ମାସ ହେବ ସମସ୍ତ ପ୍ରକାର ନିର୍ମାଣ କାର୍ଯ୍ୟ ବନ୍ଦ ରହିଥିଲା। ଏବେ ପୁଣିଥରେ ଏହି ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କରୋନା ମହାମାରୀ ହେତୁ ଜାରି କରାଯାଇଥିବା ଲକ୍‌ଡାଉନ୍‌ ପୂର୍ବରୁ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ୭୫ମିିଟର ଉଚ୍ଛେଦ କରାଯାଇଥିଲା। ଏହି ଉଚ୍ଛେଦ କାର୍ଯ୍ୟ କରାଯାଇ ଜଗନ୍ନାଥ ମନ୍ଦିର ଚତୁଃପାର୍ଶ୍ୱର ସୌନ୍ଦର୍ଯ୍ୟକରଣ କରାଯାଇଥିଲା।

ସମ୍ବନ୍ଧିତ ଖବର