ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ ଆଜି ୪ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀମନ୍ଦିର ଦର୍ଶନ

ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ ଆଜି ୪ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀମନ୍ଦିର ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗ ମଣ୍ଡପ ଉଠିବା ପରେ ଦତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରମାନଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

ହିଙ୍ଗୁଳ, ହରିତାଳ, କସ୍ତୁରୀରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ସଂଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ଘଣ୍ଟା ପର୍ଯ୍ୟନ୍ତ ମନ୍ଦିରର ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ବନକଲାଗି ନୀତି ପରେ ଠାକୁରଙ୍କ ମହାସ୍ନାନ କରାଯିବା ପରେ ସର୍ବସାଧାରଣ ଦର୍ଶନ ଅନୁଷ୍ଠିତ ହେବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe