ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ଅଗ୍ନିକାଣ୍ଡ

Advertisment
ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ଅଗ୍ନିକାଣ୍ଡ

ପୁରୀ: ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ଆଜି ଭେର ସମୟରେ ଅଗ୍ନିକାଣ୍ଡ ଘଟିଥିବାର ଖବର ମିଳିଛି। ଏଠାରେ ଥିବା ନାକଚଣା ଦ୍ୱାର ନିକଟ ଅଳିଆ ଗଦାରେ କେହି ଦୁର୍ବୃତ୍ତ ନିଆଁ ଲଗାଇଥିବା ଅନୁମାନ କରାଯାଉଛି। ଭୋର ୪.୫୫ ମିନିଟ ସମୟରେ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ଏହି ଅଗ୍ନିକାଣ୍ଡ  ଘଟିଛି। ନିଆଁ ଲାଗି ନଷ୍ଟ ହୋଇଛି ଦଶରୁ ଉର୍ଦ୍ଧ୍ବ ଫାଇବର ବାରିକେଡ ବି ଜଳିପୋଡ଼ି ପାଉଁଶ ହୋଇଯାଇଛି। ଏହାଫଳରେ ଶ୍ରୀଗୁଣ୍ଡିଚା ମନ୍ଦିର  ପରିସରରେ ନିଆଁ ଓ ଧୂଆଁମୟ ହୋଇଥିଲା। ତେବେ ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଆୟତ୍ତ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe