‘ସେପ୍ଟେମ୍ବର ୨୩ରେ ସ୍ଥାୟୀ ରତ୍ନଭଣ୍ଡାରକୁ ମହାପ୍ରଭୁଙ୍କ ଅଳଙ୍କାର ସ୍ଥାନାନ୍ତର ହେବ’

ମହାପ୍ରଭୁଙ୍କ ଅଳଙ୍କାର ଆସନ୍ତା ୨୩ ତାରିଖରେ ସ୍ଥାନାନ୍ତର ହେବ। ଅସ୍ଥାୟୀ ରତ୍ନଭଣ୍ଡାରରୁ ସ୍ଥାୟୀ ରତ୍ନଭଣ୍ଡାରକୁ ଏହା ସ୍ଥାନାନ୍ତରିତ ହେବ। ଏଥି ପାଇଁ ଅମୃତ ବେଳା ସ୍ଥିର କରାଯାଇଛି। ସକାଳ ୭ଟା ୧୭ରୁ ୧୧ଟା ୧୭ ମଧ୍ୟରେ ରତ୍ନ ସ୍ଥାନାନ୍ତରିତ ହେବ।

puri

ପୁରୀ: ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ଆସନ୍ତା ୨୩ ତାରିଖରେ ସ୍ଥାନାନ୍ତର ହେବ। ଅସ୍ଥାୟୀ ରତ୍ନଭଣ୍ଡାରରୁ ସ୍ଥାୟୀ ରତ୍ନଭଣ୍ଡାରକୁ ଏହା ସ୍ଥାନାନ୍ତରିତ ହେବ। ଏଥି ପାଇଁ ଅମୃତ ବେଳା ସ୍ଥିର କରାଯାଇଛି। ସକାଳ ୭ଟା ୧୭ରୁ ୧୧ଟା ୧୭ ମଧ୍ୟରେ ଅଳଙ୍କାର ସ୍ଥାନାନ୍ତରିତ ହେବ। ଏଥି ପାଇଁ କେବଳ ପାଳିଆ ସେବାୟତ ନିୟୋଜିତ ହେବେ। ସେପ୍ଟେମ୍ବର ୨୩ ତାରିଖ ପୂର୍ବରୁ ଆଲୋକ ବ୍ୟବସ୍ଥା କରାଯିବ। ଅଳଙ୍କାର ସ୍ଥାନାନ୍ତର ସମୟରେ ନାଟ ମଣ୍ଡପ ବନ୍ଦ ରଖାଯିବ। କିନ୍ତୁ ଭକ୍ତଙ୍କ ଦର୍ଶନ ପ୍ରଭାବିତ ହେବ ନାହିଁ। ସ୍ଥାନାନ୍ତର ନସରିଲେ ସେପ୍ଟେମ୍ବର ୨୪ରେ ମଧ୍ୟ ସ୍ଥାନାନ୍ତର କରାଯିବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ ଅରବିନ୍ଦ ପାଢ଼ୀ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। 

ସ୍ଥାୟୀ ରତ୍ନଭଣ୍ଡାରକୁ ଅଳଙ୍କାର ସ୍ଥାନାନ୍ତର ସମୟରେ ମାଜିଷ୍ଟ୍ରେଟ୍‌ ଉପସ୍ଥିତ ରହିବେ। ରତ୍ନଭଣ୍ଡାରରେ ଅଳଙ୍କାର ରଖା ସରିଲା ପରେ ତାଲା ପଡ଼ିବ। ଏହାର ଚାବି ଟ୍ରେଜେରିରେ ରଖାଯିବ। ସେପ୍ଟେମ୍ବର ୨୩ ତାରିଖ ପୂର୍ବରୁ ଆଲୋକ ବ୍ୟବସ୍ଥା କରାଯିବ।

-ଅରବିନ୍ଦ ପାଢ଼ୀ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଶ୍ରୀ ପାଢ଼ୀ କହିଛନ୍ତି ଯେ, ସ୍ଥାୟୀ ରତ୍ନଭଣ୍ଡାରକୁ ଅଳଙ୍କାର ସ୍ଥାନାନ୍ତର ସମୟରେ ମାଜିଷ୍ଟ୍ରେଟ୍‌ ଉପସ୍ଥିତ ରହିବେ। ରତ୍ନଭଣ୍ଡାରରେ ଅଳଙ୍କାର ରଖା ସରିଲା ପରେ ତାଲା ପଡ଼ିବ। ଏହାର ଚାବି ଟ୍ରେଜେରିରେ ରଖାଯିବ। ସେପ୍ଟେମ୍ବର ୨୩ ତାରିଖ ପୂର୍ବରୁ ଆଲୋକ ବ୍ୟବସ୍ଥା କରାଯିବ। ଅଳଙ୍କାର ସ୍ଥାନାନ୍ତର ସମୟରେ ନାଟ ମଣ୍ଡପ ବନ୍ଦ ରଖାଯିବ। କିନ୍ତୁ ଭକ୍ତଙ୍କ ଦର୍ଶନ ପ୍ରଭାବିତ ହେବ ନାହିଁ। ଗଣତି ମଣତି ଉପରେ ପରିଚାଳନା କମିଟି ନିଷ୍ପତ୍ତି ନେବେ। ସ୍ଥାନାନ୍ତର ନସରିଲେ ସେପ୍ଟେମ୍ବର ୨୪ରେ ମଧ୍ୟ ସ୍ଥାନାନ୍ତର କରାଯିବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ ଅରବିନ୍ଦ ପାଢ଼ୀ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। 

ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି କାମ ଗତମାସ ୧୧ ତାରିଖରେ ସଂପୂର୍ଣ୍ଣ ହୋଇଥିଲା। ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଶେଷ ହୋଇଥିବାରୁ ମହାପ୍ରଭୁଙ୍କ ରତ୍ନଭଣ୍ଡାରରେ ଥିବା ଅଳଙ୍କାର ଗଣତି ମଣତି ପ୍ରକ୍ରିୟା ଖୁବ ଶୀଘ୍ର ଆରମ୍ଭ ହେବ ବୋଲି ଆଇନ ମନ୍ତ୍ରୀ ସୂଚନା ଦେଇଥିଲେ। 

lord jagannath 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe