ସାକ୍ଷୀଗୋପାଳ ମନ୍ଦିରରୁ ଚୋରି: ସୁନାରୁପା ଅଳଙ୍କାର ଓ ହୁଣ୍ଡିରୁ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ସାକ୍ଷୀଗୋପାଳ ମନ୍ଦିରରୁ ଚୋରି: ସୁନାରୁପା ଅଳଙ୍କାର ଓ ହୁଣ୍ଡିରୁ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ସାକ୍ଷୀଗୋପାଳ: ସାକ୍ଷୀଗୋପାଳର ପ୍ରସିଦ୍ଧ ବୈଷ୍ଣବ କ୍ଷେତ୍ର ସାକ୍ଷୀଗୋପାଳ ମନ୍ଦିରରୁ ଗତକାଲି ବିଳମ୍ବିତ ରାତ୍ରିରେ ଚୋରି ହୋଇଛି। ଚୋରମାନେ ସାକ୍ଷୀଗୋପାଳ ଠାକୁରଙ୍କ ଚଳନ୍ତି ପ୍ରତିମା ମଦନମୋହନ ଦେବଙ୍କ ମନ୍ଦିର ତାଲା ଭାଙ୍ଗି ମନ୍ଦିର ପରିସରରୁ ୩ ଗୋଟି ହୁଣ୍ଡି ଓ ଠାକୁରଙ୍କର ସୁନା ଅଳଙ୍କାର ପାଉଁଜି, କୁଣ୍ଡଳ, କିରିଟି, ହାର ଆଦି ଚୋରି କରି ନେଇଯାଇଥିଛନ୍ତି। ତମାଳ ଗଛ ମୂଳେ ସ୍ଥାପିତ ହୁଣ୍ଡିର ତାଲା ଭାଙ୍ଗି ସମସ୍ତ  ଟଙ୍କା ପଇସା ଲୁଟି ନେଇଛନ୍ତି। ମନ୍ଦିର ପରିସରରେ ଥିବା ଖଟଣି  ରୋଷ ଘର ମଧ୍ୟରେ  ୨ ଗୋଟି ହୁଣ୍ଡୀ ଭାଙ୍ଗି ଟଙ୍କା ପଇସା ଲୁଟି ନେଇଥିଲେ। ଆଉ ଗୋଟିଏ ହୁଣ୍ଡି ନେଇ ଯାଇଛନ୍ତି।

publive-image
ମନ୍ଦିର ପରିଦର୍ଶକଙ୍କ କାର୍ଯ୍ୟାଳୟ ତାଲା ଭାଙ୍ଗି ସି ସି କ୍ୟାମେରା ମନିଟରଟିକୁ ଚୋରି କରି ନେଇ ଯାଇଛନ୍ତି। ଚୋରମାନେ ମନ୍ଦିର ଦକ୍ଷିଣ ଦ୍ୱାର ବାଟେ ମନ୍ଦିରକୁ ପ୍ରବେଶ କରିଥିବାର ଅନୁମାନ କରା ଯାଉଛି। ଚୋରମାନେ ମୋଟ ଛଅଟି ତାଲା ଭାଙ୍ଗିଥିବାର ଜଣାପଡ଼ିଛି।

publive-image
ପୁଲିସ ସି ସି କ୍ୟାମେରା ହାର୍ଡ ଡିସ୍କଟିକୁ ଜବତ କରିଛି। ଘଟଣାସ୍ଥଳରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବିଷ୍ଣୁ ପ୍ରସାଦ ପତି, ଏସଡିପ ଓ ବିରଞ୍ଚି ନାରାୟଣ ପତି, ସତ୍ୟବାଦୀ ଆରକ୍ଷୀ ନିରୀକ୍ଷକ ବିଜୟ କେତନ ବେହେରା, ସେକେଣ୍ଡ ଅଫିସର ସୁରମା ସ୍ୱାଇଁ  ଓ ଫରେନସିକ ଟିକ ଟିମର ବିରଜା ପ୍ରସାଦ ସାମଲ ଆଙ୍ଗୁଳି ଛାପ ବିଶେଷଜ୍ଞ, ଜିଲ୍ଲା ଅପରାଧ ତଦନ୍ତ ବିଜ୍ଞାନାଗାର ଅଧିକାରୀ ଆଦିତ୍ୟ  ରଞ୍ଜନ ନାୟକ  ଓ ଫଟୋଗ୍ରାଫର ରମେଶ ବାରିକ ପ୍ରମୁଖ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe