ରାୟଗଡ଼ା: ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ତଥା ମନ୍ତ୍ରୀ ଅତୁନୁ ସବ୍ୟସାଚୀ ନାୟକଙ୍କ ଅଧ୍ୟକ୍ଷତାରେ ବାତ୍ୟା ‘ମିଗଜୋମ୍‌’ ସଂପର୍କିତ କ୍ଷୟକ୍ଷତି ନେଇ ଆଲୋଚନା ହୋଇଇଛି। ଏକବିଂଶ ବୈଠକରେ ପ୍ରଥମେ ବିଂଶତମ ଜିଲ୍ଲା ଯୋଜନା ବୈଠକ କାର୍ଯ୍ୟଧାରା ବିବରଣୀକୁ ପଠନ କରାଯାଇଥିଲା। ପ୍ରାରମ୍ଭରେ ଜିଲ୍ଲାପାଳ ସ୍ଵଧାଦେବ ସିଂ ସମସ୍ତଙ୍କୁ ସ୍ଵାଗତ ଜଣାଇ ବୈଠକରେ ଆଲୋଚନା ହେବାକୁଥିବା ବିଷୟ ବସ୍ତୁ ସମ୍ପର୍କରେ ସୂଚନା ଦେଇଥିଲେ ଏବଂ ମନ୍ତ୍ରୀ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ, ଅନ୍ୟତମ ମନ୍ତ୍ରୀ ଜଗନ୍ନାଥ ସାରକା, ସ୍ଥାନୀୟ ବିଧାୟକ ମକରନ୍ଦ ମୁଦୁଲୀ, ଗୁଣପୁର ବିଧାୟକ ରଘୁନାଥ ଗମାଙ୍ଗ, ପୂର୍ବତନ ସାଂସଦ ଏନ.ଭାସ୍କର ରାଓ, ଜିଲ୍ଲାପରିଷଦ ଅଧ୍ୟକ୍ଷା ସରସ୍ବତୀ ମlଝି, ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଜିଲ୍ଲାପରିଷଦ ନିହାର ରଞ୍ଜନ କହଁର ଉପସ୍ଥିତରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ।

Advertisment

ମନ୍ତ୍ରୀ ଶ୍ରୀ ନାୟକ ତାଙ୍କ ବକ୍ତବ୍ୟରେ ସମସ୍ତଙ୍କୁ ଶୁଭେଚ୍ଛା ଓ କୃତଜ୍ଞତା ଜଣାଇଥିଲେ।ଜିଲ୍ଲାର ଉନ୍ନତି ଓ ବିକାଶ କ୍ଷେତ୍ରରେ ଯେଉଁଠାରେ ଆବଶ୍ୟକତା ରହିଛି, ସେଥିରେ ପୂର୍ଣ୍ଣ ଭାବରେ ସହଯୋଗ କରିବାକୁ ମନ୍ତ୍ରୀ କହିଥିଲେ ଏବଂ ଏଥିପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ଜିଲ୍ଲା ଯୋଜନା କମିଟି ବୈଠକରେ ଜିଲ୍ଲାର ଉନ୍ନତି ଓ ବିକାଶ ପାଇଁ ଯାହା ନିଷ୍ପତ୍ତି ନିଆଯାଇ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରାଯିବ ତାହାକୁ ଅନୁମୋଦନ କରାଯାଇ କାର୍ଯ୍ୟକାରୀ କରାଯିବ ବୋଲି ମନ୍ତ୍ରୀ କହିଥିଲେ। ବାତ୍ୟ ମିଗଜୋମର କ୍ଷୟକ୍ଷତି ଆକଳନ କରି ତୁରନ୍ତ କ୍ଷତି ପୂରଣ ଦେବା ପାଇଁ ମନ୍ତ୍ରୀ ନିର୍ଦେଶ ଦେଇଥିଲେ। ବୈଠକରେ ଜିଲ୍ଲାର ବିକାଶ ପାଇଁ ବିଜୁ କେବିକେ ଯୋଜନା ଜିଲ୍ଲାଞ୍ଚଳ ପ୍ରକଳ୍ପ ବିଶେଷ କରି ବିଜୁଳି, ସଡ଼କ ଓ ପାଣି ସହିତ ଆନ୍ୟାନ୍ୟ ସାମଗ୍ରିକ ବିକାଶ ନିମନ୍ତେ ଆମ ଓଡିଶା ନବୀନ ଓଡିଶା ଯୋଜନାରେ ପ୍ରତ୍ୟେକ ପଞ୍ଚାୟତକୁ ୫୦ଲକ୍ଷ ଟଙ୍କା ଚିଠାକୁ ଅନୁମୋଦନ କରାଯାଇଥିଲା।

ବିଗତ ଆର୍ଥିକ ବର୍ଷ ୨୦୨୧-୨୨ଆର୍ଥିକ ବର୍ଷରେ ରାୟଗଡ ଜିଲ୍ଲାକୁ ରାଜ୍ୟ ଯୋଜନା ପାଣ୍ଠି, କେନ୍ଦ୍ରୀୟ ଯୋଜନା ପାଣ୍ଠି ଏବଂ କେନ୍ଦ୍ରୀୟ ପ୍ରଯୋଜିତ ଯୋଜନା ପାଣ୍ଠି ମାଧ୍ୟମରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ପାଇଁ ବିଭିନ୍ନ ଉନ୍ନୟନ ବିଭାଗ ବାବଦକୁ ମୋଟ ୧୨୦୯କୋଟି ୬୩ଲକ୍ଷ ୦୩ହଜାର ଅନୁଦାନ ରାଶି ପ୍ରାପ୍ତ ଅନୁଦାନ ରାଶି ବିନିଯୋଗ ହୋଇଥିବା ମୁଖ୍ୟ ବିକାଶ ତଥା କାର୍ଯ୍ୟ ନିର୍ବାହୀ ପ୍ରକାଶ କରିଥିଲେ।

ସେହିପରି ଆର୍ଥିକ ବର୍ଷ ୨୦୨୨-୨୩ରେ ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ୧୨୬୬କୋଟି ୯୦ଲକ୍ଷ ୫୮ହଜାର ଟଙ୍କlର ଜିଲ୍ଲାର ବିଭିନ୍ନ ବିଭାଗ ଦ୍ୱାରା ଉନ୍ନୟନ ମୂଳକ ପ୍ରକଳ୍ପ ପାଇଁ ବିନିଯୋଗ କରାଯାଇଛି। ଆର୍ଥିକ ବର୍ଷ ୨୦୨୩-୨୪ ପାଇଁ ଜିଲ୍ଲାର ବାର୍ଷିକ ଯୋଜନା ଚିଠା ବିଭିନ୍ନ ଉନ୍ନୟନ ବିଭାଗର ଯୋଜନା ମୂଳକ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇ ୧୪୬୩ କୋଟି ୩୦ ଲକ୍ଷ ୮୬ ହଜାର ଟଙ୍କାର ଚିଠା କମିଟି ଦ୍ୱାରା ଅନୁମୋଦନ କରାଗଲା। କ୍ରିଟିକାଲ ଗେପ ଫୋଣ୍ଡ ଯୋଜନାରେ ଆର୍ଥିକ ୨୦୨୩-୨୪ ବର୍ଷ ପାଇଁ ବିଷମକଟକ ବିଧାନସଭା ନିର୍ବାଚନ ମଣ୍ଡଳୀ ୩୨ଲକ୍ଷ ଓ ଗୁଣୁପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩୨ଲକ୍ଷ ଟଙ୍କାର ଅନୁମୋଦନ କରାଗଲା।

ଏହି ବୈଠକରେ ରାୟଗଡ଼ା ଜିଲ୍ଲା ଜିଲ୍ଲାରେ ପିଇବା ପାଣି, ବିଜୁଳି, ସଡ଼କ ଓ ଯୋଗାଯୋଗ ନିହାତି ଆବଶ୍ୟକ ହୋଇଥିବାରୁ ଏସବୁ ସୁବ୍ୟବସ୍ଥା କରିବା ପାଇଁ ବୈଠକରେ ମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଥିଲେ। ବିଭନ୍ନ ବିଭାଗୀୟ ଅଧିକାରୀମାନେ ଯୋଗଦେଇଥିଲେ।ଜିଲ୍ଲା ଯୋଜନା କମିଟିର ସମସ୍ତ ସଭ୍ୟ, ସଭ୍ୟା ପ୍ରମୁଖ ଯୋଗଦେଇ ଆଲୋଚନାରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ।ଶେଷରେ ମୁଖ୍ୟ ବିକାଶ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ନିହାର ରଞ୍ଜନ କହଁର ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ ।