ଭୁବନେଶ୍ବର: କରୋନାରେ ପୁଣି ୯ଜଣଙ୍କ ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୯୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ରାଜ୍ୟରେ ଆଜି ଯେଉଁ ୯ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି, ସେଥିମଧ୍ୟରେ ବରଗଡ଼ ଜିଲ୍ଲାରୁ ସର୍ବାଧିକ ୨ଜଣ ଥିବା ବେଳେ କଟକ, ପୁରୀ, ରାୟଗଡ଼ା, ଭଦ୍ରକ, ସମ୍ବଲପୁର, ଗଜପତି ଓ ବଲାଙ୍ଗୀର ଜିଲ୍ଲାରୁ ଜଣେ ଲେଖାଏଁ ପ୍ରାଣ ହରାଇଥିବା ଜଣାଯାଇଛି। ଏମାନେ ସମସ୍ତେ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ମୃତ୍ୟୁବରଣ କରିଛନ୍ତି।
Sambad is now on WhatsApp
Join and get latest news updates delivered to you via WhatsApp
7. A 73-year old male of Puri district.
8. A 52-year old male of Rayagada district.
9. A 60-year old female of Sambalpur district.
— H & FW Dept Odisha (@HFWOdisha) September 19, 2020
ବରଗଡ଼ର ଯେଉଁ ୨ ମୃତକ ଅଛନ୍ତି, ସେମାନଙ୍କ ମଧ୍ୟରେ ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଓ ଜଣେ ୫୫ ବର୍ଷ ବୟସ୍କା ମହିଳା ଅଛନ୍ତି। ରାୟଗଡ଼ା ଜିଲ୍ଲାର ଯେଉଁ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି ତାଙ୍କର ବୟସ ୫୨ ବର୍ଷ। ସମ୍ବଲପୁରରେ ଜଣେ ୬୦ ବର୍ଷ ବୟସ୍କା ଓ କଟକରେ ଜଣେ ୭୮ ବର୍ଷ ବୟସ୍କା ମହିଳା ଅଛନ୍ତି। ଅପରପକ୍ଷରେ ପୁରୀ, ଭଦ୍ରକ, ଗଜପତି ଓ ବଲାଙ୍ଗୀରରୁ ଯେଉଁ ଜଣେ ଲେଖାଏଁ ପୁରୁଷ ପ୍ରାଣ ହରାଇଛନ୍ତି, ସେମାନଙ୍କ ବୟସ ଯଥାକ୍ରମେ ୭୩, ୫୨, ୩୭ ଓ ୫୫ ବର୍ଷ।
ସୂଚନାଯୋଗ୍ୟ, ଆଜି ରାଜ୍ୟରେ ୪୨୦୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୨୪୪୧ ଓ ସ୍ଥାନୀୟ ଅଞ୍ଚଳରୁ ୧୭୬୮ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୫ ହଜାର ୫୫୦କୁ ବୃଦ୍ଧି ପାଇଛି। ୩୦ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏବେ ରାଜ୍ୟରେ ମୋଟ୍ ୧,୩୭,୫୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭,୨୩୯ ରହିଛି।