ବାଇକ୍ ଦୁର୍ଘଟଣାରେ ଜଣେ ମୃତ

ଗୁଣପୁର:  ଅପରାହ୍ନରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣା ସ୍ଥଳରେ ଜଣକର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ବ୍ୟକ୍ତି ପଦ୍ମପୁର ବ୍ଲକ ଜିରା ଗ୍ରାମର ଶିବ ପ୍ରସାଦ ଦାଶ ବୋଲି ଜଣାପଡିଛି।
ସୂଚନା ଅନୁସାରେ, ଜିରା ଗ୍ରାମର ଶିବ ପ୍ରସାଦ ଦାଶ(୩୦) ଓ ତାଙ୍କ ମାଉସୀ କୋର୍ଟ କାମରେ ଏକ ବାଇକ୍ ଯୋଗେ ଗୁଣପୁର ଅଭିମୁଖେ ଆସୁଥିଲେ। ଚାଲକମ୍ବା ଗ୍ରାମ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ୍ ସହ ମୁହାମୁହିଁ ଧକ୍କା ହୋଇଥିଲା। ଫଳରେ ଶିବପ୍ରସାଦଙ୍କ ଘଟଣା ସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ମାଉସୀ ଗୁରୁତର ଆହତ ହୋଇଥିଲେ। ଖବର ପାଇ ଦମକଳ ବାହୀନି ଘଟଣା ସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ଗୁଣପୁର ଉପଖଣ୍ତ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଶିବ ପ୍ରସାଦଙ୍କ ମୃତ ଘୋଷଣା କରିଥିଲେ। ଆସନ୍ତାକାଲି ଶବ ବ୍ୟବଚ୍ଛେଦ କରାଯିବ ବୋଲି ପୁଲିସ ସୂତ୍ରରୁ ଜଣାପଡିଛି। ଏନେଇ ସ୍ଥାନୀୟ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇ ଘଟଣାର ତଦନ୍ତ ଚାଲିଥିବା ପୁଲିସ କହିଛି। ଗତକିଛି ଦିନ ହେଲା ମୃତ ଶିବ ପ୍ରସାଦ ବୋଲବୋମ ଭକ୍ତରେ ଯୋଗ ଦେଇଥିଲ। ଏହି ଘଟଣା ପଦ୍ମପୁର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ସମ୍ବନ୍ଧିତ ଖବର