ଭୁବନେଶ୍ୱର/ରାୟଗଡ଼ା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୬ ତାରିଖ ଦିନ ପୂର୍ବାହ୍ନ ୧୧ଟାରେ ରାୟଗଡ଼ା ରେଳ ମଣ୍ଡଳ ପାଇଁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ୍‌ କରିବାର କାର୍ଯ୍ୟକ୍ରମ ରହିଛି। 

Advertisment

ଏହି ଖବର ପଢ଼ନ୍ତୁ: ୮ରେ ଭୁବନେଶ୍ବର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ: ୯ରେ ଉଦବୋଧନ ହେବେ

ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନୂତନ ଜମ୍ମୁ ରେଳ ରେଳ ମଣ୍ଡଳ ଏବଂ ଚର୍ଲାପଲ୍ଲୀ ନୂଆ ଟର୍ମିନାଲ ଷ୍ଟେସନକୁ ଉଦଘାଟନ କରିବେ। ପ୍ରଧାନମନ୍ତ୍ରୀ ଓଡିଶାର ରାୟଗଡ଼ା ରେଳ ମଣ୍ଡଳ ପାଇଁ ମଧ୍ୟ ଶିଳାନ୍ୟାସ କରିବେ। ମାନ୍ୟବର କେନ୍ଦ୍ର ରେଳ, ସୂଚନା ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଜାମ୍ମୁ ଠାରେ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିବେ। ରାୟାଗଡ଼ା ରେଳ ମଣ୍ଡଳ ମୁଖ୍ୟାଳୟ ଭବନର ନିର୍ମାଣ ପାଇଁ ପ୍ରକଳ୍ପର ଆନୁମାନିକ ମୂଲ୍ୟ ୧୦୭ କୋଟି ଟଙ୍କା। ଏହି ମହତ୍ୱପୂର୍ଣ୍ଣ ପ୍ରକଳ୍ପରେ ସ୍ଥାନୀୟ ଅଞ୍ଚଳର ରେଳ ଭିତ୍ତିଭୂମି ବୃଦ୍ଧି ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳେ ଅନେକ ପ୍ରମୁଖ ଉପାଦାନ ଅନ୍ତର୍ଭୂକ୍ତ ହେବ। 

ଏହି ଖବର ପଢ଼ନ୍ତୁ: ମନୋଜ ସାହୁ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ରାୟାଗଡା ରେଳ ମଣ୍ଡଳ ପ୍ରକଳ୍ପର ପ୍ରମୁଖ ବୈଶିଷ୍ଟ୍ୟ 

-ଡିଭିଜନର ମୁଖ୍ୟାଳୟ ରାୟାଗଡା ଠାରେ ରହିବ 
-ଏକ ଆଧୁନିକ ମଣ୍ଡଳ ରେଳବାଇ କାର୍ଯ୍ୟାଳୟ ଭବନ ପ୍ରାୟ ୧୨,୦୦୦ ବର୍ଗମିଟର କ୍ଷେତ୍ରରେ ନିର୍ମାଣ ହେବ, ଯାହାକି ଗ୍ରାଉଣ୍ଡ ଫ୍ଲୋର ସହିତ ଆଉ ଦୁଇଟି ଫ୍ଲୋର ରହିବ 
-ରେଳ କାର୍ଯ୍ୟ ପରିଚାଳନା ପାଇଁ ଏକ ବିଭାଗୀୟ ନିୟନ୍ତ୍ରଣ କାର୍ଯ୍ୟାଳୟ ପ୍ରତିଷ୍ଠା କରାଯିବ 
-ରେଳମଣ୍ଡଳର ଅଧିକାରୀ ଓ କର୍ମଚାରୀମାନଙ୍କ ପାଇଁ ଆବାସ ନିର୍ମାଣ କରାଯିବ 
-ସୁଗମ ଯାତାୟାତ ପାଇଁ ସଡ଼କ ସଂଯୋଗକୁ ବିକଶିତ କରାଯିବ 
-ଏହି ପ୍ରକଳ୍ପରେ ପର୍ଯ୍ୟାପ୍ତ ପରିମାଣର ଚଳପ୍ରଚଳ କ୍ଷେତ୍ର ଏବଂ ପାର୍କିଂ ସୁବିଧା ଅନ୍ତର୍ଭୁକ୍ତ ହେବ 
-ସ୍ଥିରତାକୁ ପ୍ରୋତ୍ସାହିତ କରିବା ପାଇଁ ଏହି ରେଳ ମଣ୍ଡଳ ଭବନରେ ବର୍ଷା ଜଳ ଅମଳ ବ୍ୟବସ୍ଥା ରହିବ 

କ’ଣ ହେବ ଲାଭ?

-ଏହା ଯାତାୟାତ ସଂଯୋଗକୁ ବୃଦ୍ଧି କରିବା ସହିତ ଏହି ଅଞ୍ଚଳରେ ପରିବହନ ସଂଯୋଗରେ ଉନ୍ନତି ଆଣିବ
-ବିଶେଷ କରି ଦକ୍ଷିଣ ଓଡିଶାର ଆଦିବାସୀ ଅଞ୍ଚଳରେ ଆଞ୍ଚଳିକ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଏହି ପ୍ରକଳ୍ପ ସହାୟକ ହେବ
-ଏହା ମଧ୍ୟ ଏହି ଅଞ୍ଚଳରେ ନିଯୁକ୍ତି ସୃଷ୍ଟିରେ ସହାୟକ ହେବ
-ରେଳ ମଣ୍ଡଳ ପ୍ରତିଷ୍ଠା ଦ୍ୱାରା ଏହି ଅଞ୍ଚଳରେ ରେଳପରିଚାଳନା କାର୍ଯ୍ୟର ଦକ୍ଷତା ବୃଦ୍ଧି ପାଇବ  
-ଏହି ପ୍ରକଳ୍ପଗୁଡିକର କାର୍ଯ୍ୟକାରିତା ଦ୍ୱାରା ଯାତ୍ରୀ ଏବଂ ସ୍ଥାନୀୟ ଶିଳ୍ପଗୁଡ଼ିକ ସହିତ ଘନିଷ୍ଠ ସଂଯୋଗ ସୃଷ୍ଟି ହେବ 

ଏହି ଖବର ପଢ଼ନ୍ତୁ: ସୁନ୍ଦରଗଡ଼ରେ ଚାଞ୍ଚଲ୍ଯ: ଯୁବକଙ୍କୁ ବିଚ୍ ରାସ୍ତାରେ ଗୋଡ଼ାଇ ହାଣିଲେ

ରାୟଗଡା ରେଳ ମଣ୍ଡଳ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ସମାରୋହ ଓଡ଼ିଶାର ରାୟାଗଡାଠାରେ ଅନୁଷ୍ଠିତ ହେବ ଏବଂ ପ୍ରଧାନମନ୍ତ୍ରୀ ଜାମ୍ମୁରୁ ଭିଡିଓ କନଫରେନସିଂ ମାଧ୍ୟମରେ ଅଂଶଗ୍ରହଣ କରିବେ। ରାୟଗଡା ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝି ଏବଂ ରେଳବାଇ ଓ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରଣାଳୟର ମାନ୍ୟବର ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟୁଙ୍କ ସମେତ ଦକ୍ଷିଣ ଓଡ଼ିଶାର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେବେ। 

ଏହି ଖବର ପଢ଼ନ୍ତୁ: ପାଣିକୋଇଲି ଗୁଳିମାଡ଼ ଘଟଣା: ଡାକ୍ତରଖାନାରେ ସୁନା ଦୋକାନ କର୍ମଚାରୀଙ୍କ ମୃତ୍ୟୁ