ଦାନଗଦୀ: ଦାନଗଦୀ ବ୍ଲକ୍ ଅନ୍ତର୍ଗତ ଶାଳିଜଙ୍ଗା ପଞ୍ଚାୟତ କୁଲାପିଟା ଗାଁ ନିକଟ ପୋଖରୀରୁ ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଏହି ଗ୍ରାମର ଲାଙ୍କା ବୁଡ଼ୁଉଲିଙ୍କ ପତ୍ନୀ ପାଲ ବୁଡୁଉଲି। ଗତକାଲି ବୃଦ୍ଧା ଜଣଙ୍କ ଏକୁଟିଆ ଗାଁ ପାଖ ପୋଖରୀକୁ ଗାଧୋଇବାକୁ ଯାଇଥିଲେ।
ସେଠାରେ ସେ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରିଥିଲେ ମଧ୍ୟ ସେତେବେଳକୁ ବୃଦ୍ଧାଙ୍କର ମୃତ୍ୟୁ ହୋଇଥିଲା। ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ଦାନଗଦୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/08/dead.jpg)