Kerala Kaumudi
ଯୁଯୁମୁରା: ସମ୍ବଲପୁର ଜିଲ୍ଲା ସଦର ରେଞ୍ଜ ଯୁଯୁମୁରା ସେକ୍ସନ ଜରାଙ୍ଗ ଜଙ୍ଗଲରେ ବିଦ୍ୟୁତ୍ ଆଘାତରେ ଏକ ମାଈ ହାତୀର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ବନ୍ୟପ୍ରାଣୀ ଶିକାର ଉଦ୍ଦେଶ୍ୟରେ ବିଛାଯାଇଥିବା ତାର ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ ହୋଇଥିବା କୁହାଯାଉଛି।
ଖବର ପାଇ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଥିବା ଜଣାପଡ଼ିଛି। ତେବେ ଏନେଇ ବିଭାଗୀୟ ଅଧିକାରୀଙ୍କ ପ୍ରତିକ୍ରିୟା ମିଳି ପାରି ନାହିଁ।
Follow Us