ମୋଦୀ ସରକାର ସମ୍ବଲପୁର ତଥା ଓଡ଼ିଶାକୁ ସମ୍ମାନିତ କରିଛନ୍ତି: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୀମ ଭୋଇ ଓ ଗଙ୍ଗାଧରଙ୍କ ଉପରେ ଡାକ ଟିକେଟ ଉନ୍ମୋଚିତ

ବଡ଼ଚଣା ଓ ଓଡ଼ିଶାବାସୀଙ୍କ ସ୍ୱାଭିମାନ ସହ ଧୋକା କରିଛି ବିଜେଡି: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର/ଚିପିଲିମା: ସମ୍ବଲପୁର ବିଶ୍ୱବିଦ୍ୟାଳୟ ପରିସରରେ ସନ୍ଥକବି ଭୀମ ଭୋଇ ଓ ସ୍ୱଭାବ କବି ଗଙ୍ଗାଧର ମେହେର ଏବଂ ପଶ୍ଚିମ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଉପରେ ୮ ଗୋଟି ଡାକ ଟିକେଟ ଉନ୍ମୋଚିତ ହୋଇଛି। ଆଜିର ପଦକ୍ଷେପ ଦ୍ୱାରା ଓଡ଼ିଶାର ସଂସ୍କୃତି, ସଭ୍ୟତା ଓ ସ୍ୱାଭିମାନକୁ ମୋଦୀ ସରକାରରେ ଉଚିତ୍ ସମ୍ମାନ ମିଳିଛି ବୋଲି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଶ୍ରୀ ପ୍ରଧାନ ପଶ୍ଚିମ ଓଡ଼ିଶାର ନୂଆଁଖାଇ, ଶୀତଳଷଷ୍ଠୀ, ସମ୍ବଲପୁରୀ ବାନ୍ଧ, ସମ୍ବଲପୁରୀ ନୃତ୍ୟ ଉପରେ ଗୋଟିଏ ଲେଖାଏଁ ଡାକ ଟିକଟ ଏବଂ ଧନୁଯାତ୍ରା ଉପରେ ଦୁଇଟି ଡାକ ଟିକଟ ଉନ୍ମୋଚନ କରିଥିଲେ। ଏହା ସହ ୫ ଜିଲ୍ଲାର ସମ୍ବଲପୁର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ୪୨ଟି ଡାକଘରର ଉଦ୍‌ଘାଟନ କରିଥିଲେ।

publive-image

ଏହି ଅବସରରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ରଙ୍ଗବତୀ ଗୀତର ତିନି ଜଣ ସ୍ରଷ୍ଟାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରି ମୋଦୀ ସରକାର ଏହି ଲୋକକଳାକୁ ଜାତୀୟ ସ୍ୱୀକୃତି ଦେଇଛନ୍ତି ଏବଂ ସମ୍ବଲପୁରକୁ ତଥା ଓଡ଼ିଶାକୁ ସମ୍ମାନିତ କରିଛନ୍ତି । ଆଜି ସମ୍ବଲପୁର ସହ ଜଡ଼ିତ ପାରମ୍ପରିକ କଳା ଓ ଐତିହ୍ୟ ଉପରେ ଡାକ ଟିକଟ ଉନ୍ମୋଚନ ହେବା ଦ୍ୱାରା ଆମର କଳା, ସଂସ୍କୃତି ଓ ପରମ୍ପରାର ପ୍ରଚାରପ୍ରସାର ହେବ। ଆସିରଗଡ଼ରେ ବୀର ସୁରେନ୍ଦ୍ର ସାଏଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ସହ ସ୍ମାରକୀ ସ୍ଥାପନା ପାଇଁ ପଦକ୍ଷେପ ନେବାକୁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ମଧ୍ୟ ପ୍ରତିଶ୍ରୁତି ଦେଇଛନ୍ତି । ସେହି ସ୍ଥାନରେ ବୀର ସୁରେନ୍ଦ୍ର ସାଏଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ନିର୍ମାଣ ସହ ସ୍ମାରକୀ ସ୍ଥାପନା ହେଲେ ସମ୍ବଲପୁର ଅଞ୍ଚଳର ସ୍ୱାଭିମାନ ଓ ଆକାଂକ୍ଷା ପୂରଣ ହେବ ବୋଲି କହିଥିଲେ। କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ କେନ୍ଦ୍ରମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ, ପୁରୀ ବିଧାୟକ ଜୟନ୍ତ ଷଡ଼ଂଗୀ ଓ ବି‌ଜେପି ପ୍ରବକ୍ତା ସମ୍ବିତ ପାତ୍ର ସାମିଲ ହୋଇଥିଲେ। ରେଂଗାଲି ବିଧାୟକ ନାଉରୀ ନାୟକ, ଡାକ ବିଭାଗ ଓଡ଼ିଶା ସର୍କଲର ମୁଖ୍ୟ ପିଏମ୍‌ଜି ଶୁଭେନ୍ଦୁ ସ୍ବାଇଁ, ସମ୍ବଲପୁର ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ବିଧୁଭୂଷଣ ମିଶ୍ର, ବିଜେପି ଜିଲ୍ଲା ସଭାପତି ଗିରୀଶ ପଟେଲ ପ୍ରମୁଖ ମଂଚାସୀନ ଥିଲେ। କାର୍ଯ୍ୟକ୍ରମରେ ହଳଧର ନାଗ, ମିତ୍ରଭାନୁ ଗୌନ୍ତିଆ, ଜିତେନ୍ଦ୍ରୀୟ ହରିପାଲ, ଭାଗବତ ପ୍ରଧାନ, ବିନୋଦ ପଶାୟତ ପ୍ରମୁଖ ମଧ୍ୟ ସାମିଲ ହୋଇଥିଲେ। ସରୋଜ ବେହେରା ଓ କଳ୍ପନା ପଟେଲ ମଂଚ ପରିଚାଳନା କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe