ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ଅବସରରେ ୧୪୪ ଧାରା ଜାରି

ଭୁବନେଶ୍ୱର: ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀକ୍ଷେତ୍ରର ବିଭିନ୍ନ ସ୍ଥାନରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି । କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜନ ସମାଗମକୁ ବାରଣ କରିବା ଉଦ୍ଦେଶ୍ୟରେ ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି କରାଯାଇଛି । ଏହି କଟକଣା ଆସନ୍ତା ୨୩ ତାରିଖ ରାତି ୧୦ ଘଟିକାରୁ ୨୫ ତାରିଖ ଭୋର ୨ ଘଟିକା ପର୍ଯ୍ୟନ୍ତ ବଳବତ୍ତର ରହିବ । କେବଳ ଅନୁମତିପ୍ରାପ୍ତ ବ୍ୟକ୍ତିବିଶେଷଙ୍କ ବ୍ୟତୀତ କାହାରିକୁ ପ୍ରବେଶାନୁମତି ଦିଆଯିବ ନାହିଁ । ଉପଜିଲ୍ଲାପାଳ ଭବତାରଣ ସାହୁ ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି କରିଛନ୍ତି । ଏହି ଆଦେଶର ଉଲ୍ଲଂଘନକାରୀଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

ସମ୍ବନ୍ଧିତ ଖବର