ସାପ କାମୁଡ଼ାରେ ଜଣେ ମୃତ

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ୍‌ ଗୋଧିରାମପଡ଼ା ଗ୍ରାମରେ ସାପ କାମୁଡ଼ାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଏହି ଗ୍ରାମର ସିଙ୍ଗା ମୁଣ୍ଡା (୫୦)। ସେ ରାତିରେ ଶୋଇଥିବା ବେଳେ ଏକ ବିଷଧର ତାଙ୍କ କାନକୁ କାମୁଡ଼ି ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପରିବାର ଲୋକେ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ।

ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଘଟଗାଁ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।

ସମ୍ବନ୍ଧିତ ଖବର