୧୪ ଜଣ ସେବାୟତ ପରିବାରର ଛାତ୍ରଛାତ୍ରୀ ପୁରସ୍କୃତ

ପୁରୀ: ଶ୍ରୀମନ୍ଦିର ପ୍ରଶାସନର ପକ୍ଷରୁ ପ୍ରଥମ ବର୍ଷରେ ସମୁଦାୟ ୧୪ ଜଣ ସେବାୟତ ପରିବାରର ଛାତ୍ରଛାତ୍ରୀଙ୍କୁ ଆଜି ନୀଳାଦ୍ରି ଭକ୍ତ ନିବାସ ଠାରେ ପୁରସ୍କୃତ କରାଯାଇଛି। ସେଥିମଧ୍ୟରୁ ଗତବର୍ଷ ମାଟ୍ରିକ ପରୀକ୍ଷାରେ ଅଧିକ ନମ୍ବର ରଖିଥିବା ୫ ଜଣ ଛାତ୍ରଛାତ୍ରୀଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି। ସେହିପରି ଦଶମ ଓ ଦ୍ୱାଦଶ ପରୀକ୍ଷାରେ ୭୦ପ୍ରତିଶତରୁ ଅଧିକ ନମ୍ବର ରଖିଥିବା ୯  ଜଣ ଛାତ୍ରଛାତ୍ରୀଙ୍କୁ ୧୦ ହଜାର ଲେଖାଏଁ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି । ପ୍ରୋତ୍ସାହନ ରାଶି ସହ ଶ୍ରୀପୁରୁଷୋତ୍ତମ ମାହାତ୍ମ୍ୟ ପୁସ୍ତକ ମଧ୍ୟ ପ୍ରଦାନ କରାଯାଇଛି ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ। ପରିଚାଳନା କମିଟିର ପୂର୍ବତନ ସଦସ୍ୟ ମାନେ ଏବଂ ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀ ମାନେ ଉପସ୍ଥିତ ଥିଲେ।

ସମ୍ବନ୍ଧିତ ଖବର