ଭୁବନେଶ୍ୱର: ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର କାର୍ଯ୍ୟାଳୟରେ ହାଜର ହୋଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପତ୍ନୀ ସୁଜାତା ପାଣିଗ୍ରାହୀ | ଟାଟା କମ୍ପାନୀରେ ନିଯୁକ୍ତି ନେଇ ଅର୍ଥ ହେରଫେର ଅଭିଯୋଗ ଆସିବା ପରେ ଆଜି ଇଡି ପକ୍ଷରୁ ତାଙ୍କୁ ପଚରାଉଚୁରା କରାଯାଉଛି |
ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଇଏଫଏସ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ୨୦୨୦, ନଭେମ୍ବର ୨୭ ତାରିଖରେ ଗିରଫ ହୋଇ ଜେଲ ଯାଇଥିଲେ। ଏହାପରେ ଟାଟା ମୋଟର୍ସରେ ନକଲି ଏମଡ଼ି ସାଜି କୋଟି କୋଟି ଟଙ୍କା ଆକାଶ ଠକିଥିବା ଅଭିଯୋଗ ହୋଇଥିଲା। ଏ ନେଇ କ୍ରାଇମବ୍ରାଞ୍ଚ ତଦନ୍ତ କରିବା ସହିତ ୨୦୨୦, ଡିସେମ୍ବର ୩ରେ ଶ୍ରୀ ପାଣିଗ୍ରାହୀଙ୍କୁ ଗିରଫ କରିଥିଲା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/10/1cb858ac-3bb7-42a4-b851-7986bd250ce0.jpg)