ଭେରାଇଟି ଷ୍ଟୋରରେ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ଲେଫ୍ରିପଡା ଥାନା ଦର୍ଲିପାଲିର ପ୍ରେମାନନ୍ଦ ମୋବାଇଲ ଓ ଭେରାଇଟି ଷ୍ଟୋରରେ ଅଗ୍ନିକାଣ୍ଡ ଘଟିଥିବାର ଖବର ମିଳିଛି। ଏଠାରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିଯାଇଛି।

ନିଆଁରେ ଦୋକାନର ଓମଫେଡ, ଇଲେକ୍ଟ୍ରିକ୍ ଓ ଷ୍ଟେସନାରି ସାମଗ୍ରୀ ସହ ଏକ ବଲେରୋ ଜଳିଯାଇଛି। ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି।

ସମ୍ବନ୍ଧିତ ଖବର