ଆଜି ପୁଣି ୧୦ ସଂକ୍ରମିତଙ୍କର ମୃତ୍ୟୁ, ରାଜ୍ୟରେ କରୋନାଜନିତ ମୃତକଙ୍କ ସଂଖ୍ୟା ହେଲା ୧୩୦

ଭୁବନେଶ୍ବର: ଆଜି ରାଜ୍ୟରେ ୧୩୨୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସର୍ବାଧିକ ୧୦ଜଣଙ୍କର ମୃତ୍ୟୁ ହୋଇଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୦ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଉପରୋକ୍ତ ୧୦ ମୃତକଙ୍କ ମଧ୍ୟରୁ ୯ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି। ଆଜି ଗଞ୍ଜାମ ଜିଲ୍ଲାରୁ ୩, ବାଲେଶ୍ବର ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ , ଗଜପତି, ରାୟଗଡ଼ା ଓ ଝାରସୁଗୁଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲ୍ଲାର ଯେଉଁ ୩ଜଣଙ୍କର ମୃତ୍ୟୁ ଘଟିଛି ସେମାନଙ୍କ ଭିତରୁ ଦୁଇଜଣଙ୍କର ବୟସ ୬୦ ବର୍ଷ। ଗଞ୍ଜାମ ଜିଲ୍ଲାର ଅନ୍ୟ ଜଣେ ୩୦ ବର୍ଷ ବୟସ୍କ ପୁରୁଷ ଅଛନ୍ତି, ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡ଼ିତ ଥିଲେ |
ଠିକ୍ ସେହିପରି ରାୟଗଡ଼ା ଜିଲ୍ଲାର ଜଣେ ୪୭ ବର୍ଷ ବୟସ୍କ ପୁରୁଷ ଅଛନ୍ତି, ଯିଏ କି କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗ ଏବଂ ମୋଟାପଣରେ ମଧ୍ୟ ପୀଡ଼ିତ ଥିଲେ |
ଝାରସୁଗୁଡ଼ା ଜିଲ୍ଲାର ଜଣେ ୬୧ ବର୍ଷ ବୟସ୍କ ପୁରୁଷ ଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାର ଜଣେ ୬୦ବର୍ଷ ବୟସ୍କ ପୁରୁଷ ଅଛନ୍ତି| ସୁନ୍ଦରଗଡ଼ ଜିଲ୍ଲାର ଜଣେ ୫୪ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ମଧ୍ୟ ପୀଡ଼ିତ ଥିଲେ। ଗଜପତି ଜିଲ୍ଲାର ଜଣେ ୩୭ ବର୍ଷ ବୟସ୍କ ପୁରୁଷ ଅଛନ୍ତି, ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡ଼ିତ ଥିଲେ |
ଅପରପକ୍ଷରେ ବାଲେଶ୍ବର ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା ଅଛନ୍ତି ଯିଏ ମଧୁମେହ ଏବଂ ମୋଟାପଣରେ ମଧ୍ୟ ପୀଡ଼ିତ ଥିଲେ | ସେହି ଜିଲ୍ଲାର ଜଣେ ୩୭ ବର୍ଷ ବୟସ୍କ ପୁରୁଷ ଯିଏ ଇମ୍ୟୁନୋସପ୍ରେସନ୍ ସହିତ ସ୍ପଣ୍ଡିଲୋଆର୍ଥ୍ରୋପାଥିରେ ପୀଡ଼ିତ ଥିବାର ସୂଚନା ଦିଆଯାଇଛି |
ସୂଚନାଯୋଗ୍ୟ, ଆଜି ରାଜ୍ୟରେ ୧୩୨୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଆଜି ୨୪ ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଏମାନଙ୍କ ଭିତରୁ ସଂଗରୋଧ କେନ୍ଦ୍ରରୁ ୮୮୭ ଓ ସ୍ଥାନୀୟ ଅଞ୍ଚଳରୁ ୪୩୩ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪,୦୧୩କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏବେ ରାଜ୍ୟରେ ମୋଟ୍ ୧୫,୨୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୬୫୦ ରହିଛି।

ସମ୍ବନ୍ଧିତ ଖବର