ସୁନ୍ଦରଗଡ଼ରେ ବଢୁଛି ସ୍କ୍ରବ୍ ଟାଇଫସ: ଆଜି ପୁଣି ୩ ରୋଗୀ ଚିହ୍ନଟ, ସଂଖ୍ୟା ପହଞ୍ଚିଲା ୧୮୩ରେ

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ସ୍କ୍ରବ ଟାଇଫସରେ ଲଗାମ ଲାଗିନି। ଗତକାଲି ୧୧ ଚିହ୍ନଟ ହୋଇଥିବାବେଳେ ଆଜି ପୁଣି ୩ ଚିହ୍ନଟ ହୋଇଛି। ଏହା ସହ ସଂଖ୍ଯା ୧୮୩ରେ ପହଞ୍ଚିଛି। ୧୪ ତାରିଖରେ ଜିଲ୍ଲାରେ ରାଜ୍ୟର ସର୍ବାଧିକ ୩୦ ଚିହ୍ନଟ ହୋଇଥିଲା। ଗତ ଜାନୁଆରିରେ ମାତ୍ର ୪ଜଣ ଚିହ୍ନଟ ହୋଇଥିଲେ। ତାପର ଠାରୁ ଏହା ବୃଦ୍ଧି ପାଇ ୧୮୩ରେ ପହଞ୍ଚିଛି। ସ୍କ୍ରବ୍ ଟାଇଫସରେ ଜଣକର ମୃତ୍ୟୁ ହୋଇଥିବାବେଳେ ଠିକ୍‌ ସମୟରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦିଆଯାଇଥିବାରୁ ଅନ୍ୟ ଆକ୍ରାନ୍ତମାନେ ସୁସ୍ଥ ଥିବା ସିଡିଏମଓ ଡ. କାହ୍ନୁଚରଣ ନାୟକ କହିଛନ୍ତି।

ଅନ୍ୟପଟେ ଆଶା, ଅଙ୍ଗନବାଡ଼ିକର୍ମୀଙ୍କ ଜରିଆରେ ଲୋକଙ୍କୁ ସଚେତନ କରାଯିବା ସହ ରୋଗ ଚିହ୍ନଟ ପାଇଁ ବ୍ୟାପକ ପରୀକ୍ଷା କରାଯାଉଥିବା, କୌଣସି ବ୍ୟକ୍ତିଙ୍କଠାରେ ଏହି ରୋଗର ଲକ୍ଷଣ ଦେଖାଗଲେ, ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବାକୁ କୁହାଯାଉଥିବା, ଆବଶ୍ୟକ ପଡ଼ିଲେ, ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଉଥିବା ଡାକ୍ତରଖାନା ସୂତ୍ରରୁ ପ୍ରକାଶ। କିନ୍ତୁ ଏ ସଚେତନତା କେବଳ କାଗଜପତ୍ରରେ, ବାସ୍ତବରେ ଗ୍ରାମାଞ୍ଚଳର ଲୋକଙ୍କ ପାଖରେ ଏଯାଏ ଏ ରୋଗ ସମ୍ପର୍କରେ ବିଶେଷ ସୂଚନା ପହଞ୍ଚି ନଥିବା ଜଣାପଡ଼ିଛି।

ସମ୍ବନ୍ଧିତ ଖବର