ପ୍ରାଣ ହରାଇଲେ ଆଉ ୬ ସଂକ୍ରମିତ, ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି

Advertisment
ପ୍ରାଣ ହରାଇଲେ ଆଉ ୬ ସଂକ୍ରମିତ, ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ଆଉ ୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏହାଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପ୍ରଦତ୍ତ ସୂଚନା ଅନୁଯାୟୀ ସେମାନଙ୍କ ମଧ୍ୟରୁ ୩ ଜଣ ଗଞ୍ଜାମ ଜିଲ୍ଲାର(୫୬ ଓ ୬୪ ବର୍ଷର ପୁରୁଷ ଏବଂ ୫୦ବର୍ଷର ମହିଳା ) ହୋଇଥିବା ବେଳେ ଖୋର୍ଦ୍ଧା (ଭୁବନେଶ୍ବରର ୫୫ ବର୍ଷର ପୁରୁଷ), ରାୟଗଡ଼ା (୮୦ ବର୍ଷର ପୁରୁଷ) ଓ କେନ୍ଦ୍ରାପଡ଼ା ଜିଲ୍ଲା (୪୯ବର୍ଷର ପୁରୁଷ)ର ଜଣେ ଲେଖାଏଁ ଅଛନ୍ତି ।

ଏହି ତିନି ଜଣଙ୍କ ମୃତ୍ୟୁ ପରେ ଗଞ୍ଜାମ ଜିଲ୍ଲାରେ କରୋନାଜନିତ ମୃତକଙ୍କ ସଂଖ୍ୟା ୨୭ରେ ପହଞ୍ଚିଥିବା ବେଳେ କଟକରେ ଏହି ସଂଖ୍ୟା ୫ ହୋଇଛି। ସେହିଭଳି ଖୋର୍ଦ୍ଧା ଜିଲ୍ଲାରେ ୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପୁରୀ, ବରଗଡ଼, ସୁନ୍ଦରଗଡ଼, ଅନୁଗୁଳ, ଯାଜପୁର, ଗଜପତି, ରାୟଗଡ଼ା ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟଙ୍କର ମୃତ୍ୟୁ ହୋଇଛି।
କରୋନା ବ୍ୟତୀତ ଅନ୍ୟ ରୋଗରେ ପୀଡ଼ିତ ମୃତ୍ୟୁବରଣ କରିଥିବା ଲୋକଙ୍କ ସଂଖ୍ୟା ୧୩ରେ ପହଞ୍ଚିଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ ଏବେ ରାଜ୍ୟରେ ମୋଟ୍ ୬୭୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୮୬୦ ରହିଛି।

ଏଣେ ରାଜ୍ୟରେ ଆଜି ପୁଣି ୫୨୭ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe