ସୁନ୍ଦରଗଡ଼: ସୁନ୍ଦରଗଡ଼ ଶଙ୍କରା ପୁଲିସ ବାରାକ ପଡ଼ିଆରେ ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସ ଅନୁଷ୍ଠିତ ହୋଇଛି। ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ସରକାରଙ୍କ ଯୋଜନା ଓ ସମନ୍ବୟ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ଜାତୀୟ ପତାକା ଉତ୍ତୋଳନ କରିବା ସହ ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ।
ଏହି ଅବସରରେ ସେ ସ୍ବାଧୀନତା ସଂଗ୍ରାମରେ ନିଜ ଜୀବନକୁ ଉତ୍ସର୍ଗ କରିଥିବା ମହାମନୀଷୀମାନଙ୍କୁ ମନେ ପକାଇ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ପରେ ପରେ ପୁଲିସ ଓ ବିଦ୍ୟାଳୟ, ମହାବିଦ୍ୟାଳୟ ଛାତ୍ରଛାତ୍ରୀ ପ୍ଯାରେଡ ପ୍ରଦର୍ଶନ କରିଥିଲେ। ଉତ୍ସବରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ପାରଦର୍ଶିତା ଦେଖାଇଥିବା ଛାତ୍ରଛାତ୍ରୀ, ପୁଲିସ, କ୍ରୀଡ଼ାବିତ ଓ ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରାଯାଇଥିଲା।