ସୁନ୍ଦରଗଡ଼: ଦୁଃସାହସୀ ପାଇଲଟ୍ ଏବଂ ବିଶିଷ୍ଟ ରାଜନୀତିଜ୍ଞ ସ୍ୱର୍ଗତଃ ବିଜୁ ପଟ୍ଟନାୟକଙ୍କ ଜୀବନୀ ପଢ଼ି ନିଜ ପାଇଲଟ୍ ହେବାର ସ୍ବପ୍ନ ପୂରା କରିବେ ସୁନ୍ଦରଗଡ଼ର ଝିଅ ଭୂମିକା ପଧାନ। ହେମଗିର ବ୍ଲକ ଡୁଡୁକା ହାଇସ୍କୁଲର ଦଶମ ଶ୍ରେଣୀର ଛାତ୍ରୀ ଭୂମିକାଙ୍କୁ ୫ଟି ସଚିବ ଭି କାର୍ତ୍ତିକେୟନ୍ ପାଣ୍ଡିଆନ୍ ବିଜୁ ବାବୁଙ୍କ ଲୋକପ୍ରିୟ କମିକ୍ ପୁସ୍ତକ ‘ଦ ଆଡଭେଞ୍ଚରସ୍ ଅଫ୍ ଦ ଡେୟାରଡେଭିଲ ଡେମୋକ୍ରାଟ୍’ ଯୋଗାଇ ଦେଇଛନ୍ତି। ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ସମ୍ପର୍କରେ ନିକଟରେ ହୋଇଥିବା ଭର୍ଚୁଆଲ ଆଲୋଚନା ବେଳେ ୫ଟି ସଚିବ ଶ୍ରୀ ପାଣ୍ଡିଆନଙ୍କ ଆଗରେ ନିଜ ସ୍ବପ୍ନ କଥା କହିଥିଲେ। ମଙ୍ଗଳବାର ଦିନ ସୁନ୍ଦରଗଡ଼ଠାରେ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ଭୂମିକାଙ୍କୁ ଏହା ପ୍ରଦାନ କରିଥିଲେ।
/sambad/media/post_attachments/wp-content/uploads/2022/09/dc4727ea-b903-4723-b919-e37e523763fb.jpg)
ଏହି ବହିଟି ଭୂମିକାଙ୍କ ପାଇଁ ପ୍ରେରଣା ହେବ ବୋଲି ଜିଲ୍ଲାପାଳ ଆଶା ବ୍ୟକ୍ତ କରିଛନ୍ତି। ଭୂମିକା ତାଙ୍କ ବାପା ଥିପେନ୍ଦ୍ର ପଧାନଙ୍କ ସହ ଆସି ଜିଲ୍ଲାପାଳଙ୍କଠାରୁ ଏହି ବହିଟି ଗ୍ରହଣ କରିଥିଲେ। ଏହି ପ୍ରେରଣାଦାୟୀ ପଦକ୍ଷେପ ପାଇଁ ଭୂମିକା ଓ ତାଙ୍କ ବାପା ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ୫ଟି ସଚିବଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ଅବସରରେ ସୁନ୍ଦରଗଡ଼ଠାରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭୈରବ ସିଂହ ପଟେଲ, ଜିଲ୍ଲା ଶିକ୍ଷା ଅଧିକାରୀ ଅମୂଲ୍ୟ କୁମାର ପଧାନ ଓ ଡୁଡୁକା ହାଇସ୍କୁଲର ପ୍ରଧାନ ଶିକ୍ଷକ ଦିନେଶ ଚନ୍ଦ୍ର ପଟେଲ ଉପସ୍ଥିତ ଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/09/013e1846-40cf-4aa0-a3e6-41f50a23373b.jpg)