ଦୁଇ ସଡ଼କ ଦୁର୍ଘଟଣା: ୨ ମୃତ, ୪ ଆହତ

ଦୁଇ ସଡ଼କ ଦୁର୍ଘଟଣା: ୨ ମୃତ, ୪ ଆହତ

ରାଉରକେଲା: ଦୁଇଟି ପୃଥକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ଏଣେ ଅନ୍ୟ ଚାରି ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ କୋଇଡା ଓ ଲହୁଣୀପଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି।

କୋଇଡାର କାଶିରା ନିକଟରେ ଏକ ହାଇୱା ମୋଟରବାଇକକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟ ଜଣେ ଆହତ ହୋଇଥିଲେ। ସେମିତି ଚାନ୍ଦିପୋଷ ଥାନା ବି ଝାରବେଡା ନିକଟରେ ଏକ ବୋଲେରୋ ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ଵ ଗଛରେ ପିଟି ହୋଇଯାଇଥିଲା। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଛି l ପଛ ସିଟରେ ବସିଥିବା ଅନ୍ୟ ତିନି ଜଣ ଆହତ ହୋଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe