ରାଉରକେଲା: ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ କେନ୍ଦ୍ରୀୟ ସଂଚାର ବ୍ୟୁରୋ, କ୍ଷେତ୍ର କାର୍ଯ୍ୟାଳୟ କେନ୍ଦୁଝର ପକ୍ଷରୁ ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲା ଠାରେ ଭୋଟର ସଚେତନା ଅଭିଯାନ ଆଜିଠାରୁ ଆରମ୍ଭ ହୋଇଛି। ଆଜି ପ୍ରଥମ ଦିନରେ ରାଉରକେଲା ମହାନଗର ନିଗମ କାର୍ଯ୍ୟାଳୟ ନିକଟ ଫିଟନେସ ପାର୍କରେ ମତଦାତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ପାନପୋଷ ଉପଜିଲ୍ଲାପାଳ ତଥା ଜିଲ୍ଲା ରିଟର୍ଣ୍ଣି ଅଧିକାରୀ ବିଜୟ କୁମାର ନାୟକ ଏବଂ ରାଉରକେଲା ତହସିଲଦାର ନିବେଦିତା ପ୍ରଧାନ ପ୍ରମୁଖ ସମ୍ମାନୀୟ ଅତିଥି ଭାବେ ଯୋଗ ଦେଇଥିଲେ।

Advertisment

publive-image

ଚୁନାବ କା ପର୍ବ, ଦେଶ କି ଗର୍ବ... ଶୀର୍ଷକ ଏହି କାର୍ଯ୍ୟକ୍ରମରେ ପାର୍କରେ ପ୍ରାତଃ ଭ୍ରମଣ କରୁଥିବା ସ୍ଥାନୀୟ ବୁଦ୍ଧିଜୀବୀ ଓ ଜନସାଧାରଣ ଯୋଗଦେଥିଲେ। ଏହି ଅବସରରେ ଉପଜିଲ୍ଲାପାଳ ଏବଂ ତହସିଲଦାର ଜନସାଧାରଣଙ୍କୁ ଭୋଟ ଦାନ ସମ୍ପର୍କରେ ବୁଝାଇବା ସହ ବିଶେଷ ତଥ୍ୟ ଉପସ୍ଥାପନା କରିଥିଲେ। ଏହି ଅବସରରେ ଭୋଟ ଦାନ ଅଧିକାର ସମ୍ପର୍କିତ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ କରାଯାଇଥିଲା। ସଠିକ ଉତ୍ତରଦାତାଙ୍କୁ ସମ୍ମାନିତ ଅତିଥି ପୁରସ୍କୃତ କରିଥିଲେ। କେନ୍ଦୁଝର ସିବିସିର କ୍ଷେତ୍ର ପ୍ରଚାର ଅଧିକାରୀ ପାର୍ଥସାରଥୀ ମଲ୍ଲିକଙ୍କ ପ୍ରତକ୍ଷ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ପ୍ରଦୀପ କୁମାର ନାୟକ ସହଯୋଗ କରିଥିଲେ। ଆସନ୍ତାକାଲି ଛେଣ୍ଡ ସ୍ଥିତ ଭିଏସଏସ ମାର୍କେଟଠାରେ ଅନ୍ୟ ଏକ ମତଦାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।