ଭୁବନେଶ୍ୱର: ରାଜ୍ୟର ୨୦ଟି ଜିଲ୍ଲାରୁ ଆଜି ୪୦୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କର ସଂଖ୍ୟା ୧୩ ହଜାର ୩୦୯ରେ ପହଞ୍ଚିଛି ।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ଗଂଜାମ ଜିଲ୍ଲାରୁ ସର୍ବାଧିକ ୧୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କଟକ ଜିଲ୍ଲାରୁ ୫୮ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୬ ଜଣ, କୋରାପୁଟ ଜିଲ୍ଲାରୁ ୪୧ ଜଣ, ଯାଜପୁର ଜିଲ୍ଲାରୁ ୩୭ ଜଣ, କେନ୍ଦୁଝର ଜିଲ୍ଲାରୁ ୧୪ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ ଜଣ, ମୟୂରଭଂଜ ଜିଲ୍ଲାରୁ ୯ ଜଣ, ନୟାଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭ ଜଣ ଲେଖାଏଁ, ବରଗଡ଼, ଜଗତସିଂହପୁର ଓ ସୋନପୁରରୁ ୫ ଜଣ ଲେଖାଏଁ, ଅନୁଗୁଳ, କଳାହାଣ୍ଡି ଓ ପୁରୀ ଜିଲ୍ଲାରୁ ୪-୪ ଜଣ, ବୌଦ୍ଧ ଜିଲ୍ଲାରୁ ୩ ଜଣ, ଭଦ୍ରକ ଜିଲ୍ଲାରୁ ୨ ଜଣ, ରାୟଗଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି ।
5 from Jagatsinghpur
5 from Sonepur
4 each from Angul, Kalahandi & Puri
3 from Boudh
2 from Bhadrak
1 each from Rayagada & SambalpurThe total recovered cases of #Odisha now stand at 13309.
— H & FW Dept Odisha (@HFWOdisha) July 21, 2020
ରାଜ୍ୟ ସରକାରଙ୍କ ତଥ୍ୟ ଅନୁସାରେ ଗତକାଲି ରାତି ୧୨ଟା ସୁଦ୍ଧା ମୋଟ ୪ ଲକ୍ଷ ୧ ହଜାର ୬୪୪ ଜଣଙ୍କର ସ୍ୱାବ ନମୁନା ପରୀକ୍ଷା ହୋଇଛି । ଏଥିରୁ ଏଯାଏଁ ୧୮ ହଜାର ୭୫୭ଟି ନମୁନା ରିପୋର୍ଟ ପଜିଟିଭ ଆସିଛି । ମୋଟ ୧୩ ହଜାର ୩୦୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୧୦୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ଏବେ ୫ ହଜାର ୩୧୫ ଜଣ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।